ଅଂଶୁଘାତରେ ମୃତ୍ୟୁ ହେଲେ ମିଳିବ ୫୦ହଜାର ଟଙ୍କା
ଭୁବନେଶ୍ବର : ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିଥିବାବେଳେ ରାଜସ୍ବ ମନ୍ତ୍ରୀ ପ୍ରମିଳା ମଲ୍ଲିକ ସ୍ଥିତି ସମୀକ୍ଷା କରିଛନ୍ତି। ବୈଠକରେ ସ୍ବତନ୍ତ୍ର ରିଲିଫ କମିସନର ସତ୍ୟବ୍ରତ ସାହୁ, ବିଭିନ୍ନ ବିଭାଗର ପ୍ରମୁଖ ସଚିବ, ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ଏଚ୍.ଆର୍ ବିଶ୍ବାସ ଉପସ୍ଥିତ ଥିଲେ।
ଅଂଶୁଘାତଜନିତ ମୃତ୍ୟୁ ଅଭିଯୋଗ ଆସିଲେ ଜିଲ୍ଲା ପ୍ରଶାସନ ସ୍ତରରେ ତୁରନ୍ତ ତଦନ୍ତ କରାଯାଇ ବିପର୍ୟ୍ୟୟ ସହାୟତା ପାଣ୍ଠିରୁ ଅନୁକମ୍ପାମୂଳକ ସହାୟତା ରାଶି ୫୦ହଜାର ଟଙ୍କା ମୃତ ବ୍ୟକ୍ତିଙ୍କ ନିକଟତମ ସମ୍ପର୍କୀୟଙ୍କୁ ଦେବାକୁ କୁହାଯାଇଛି। ଏହାସହ ନିରବଚ୍ଛିନ୍ନ ବିଦ୍ୟୁତ ସରବରାହ ଠିକ୍ ଭାବେ କାର୍ୟ୍ୟ କରିବା ପାଇଁ ଶକ୍ତି ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି।




admin 