ଆଜି ୪ଘଣ୍ଟାବନ୍ଦ ରହିବ ଶ୍ରୀଜୀଉଙ୍କ ଦର୍ଶନ

ଆଜି ୪ଘଣ୍ଟାବନ୍ଦ ରହିବ ଶ୍ରୀଜୀଉଙ୍କ ଦର୍ଶନ

ଆଜି ୪ଘଣ୍ଟାବନ୍ଦ ରହିବ ଶ୍ରୀଜୀଉଙ୍କ ଦର୍ଶନ

ପୁରୀ : ବୁଧବାର ଅପରାହ୍ଣ ୫ଟାରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏଣୁ ଭକ୍ତମାନେ ପ୍ରାୟ ୪ଘଣ୍ଟା ଧରି ମହାପ୍ରଭୁଙ୍କ ଦର୍ଶନ ପାଇବେ ନାହିଁ । ଦତ୍ତମହାପାତ୍ର ସେବକମାନେ ଶ୍ରୀବିଗ୍ରହଙ୍କ ଏହି ସେବା କରିବେ ।

ଅପରାହ୍ଣରେ ଦ୍ୱିତୀୟ ଭୋଗମଣ୍ଡପ ନୀତି ପରେ ବନକଲାଗି ନୀତି ଆରମ୍ଭ ହେବ । ଦତ୍ତମହାପାତ୍ର ସେବକମାନେ ଠାକୁରଙ୍କ ଶ୍ରୀମୁଖ ସିଂହାର କରିବା ପାଇଁ ଗର୍ଭଗୃହକୁ ପ୍ରବେଶ କରିବେ । ବୁଧବାର ସେବାପୂଜାର ନୀତି ନିର୍ଘଣ୍ଟକୁ ନେଇ ବନକଲାଗି ସମୟ ଧାର୍ୟ୍ୟ ହେବ ।