ଆଜି ୭୦୦ ଉପରେ କରୋନା ସଂକ୍ରମିତ
ଆଜି ୭୦୦ ଉପରେ କରୋନା ସଂକ୍ରମିତ
ଭୁବନେଶ୍ୱର : ରାଜ୍ୟରେ ଉପରମୁହାଁ ହେଉଛି କରୋନା ସଂକ୍ରମଣ। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭୪୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୩୬ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୩୦୭ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୮୭ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨୯୫୩୨୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୯୫୩୨୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩୮୭୮ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୮୨୨୭୦ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୨୨୭୬୧୨୨୦ସାମ୍ପୁଲ ଟେଷ୍ଟ୍ ହୋଇଛି ।
ଚଳିତ କୋଭିଡ୍ ସଂକ୍ରମଣରେ ଭୁବନେଶ୍ବରରେ ୩ ଜଣ ଛାତ୍ରଛାତ୍ରୀ କୋଭିଡ୍ରେ ଆକ୍ରାନ୍ତ ହୋଇଛନ୍ତି । ସେମାନଙ୍କ ସ୍ବାସ୍ଥ୍ୟ ଅବସ୍ଥା ଭଲ ରହିଛି । ତେଣୁ ଚିନ୍ତାର କୌଣସି କାରଣ ନାହିଁ । ସ୍କୁଲରେ ପ୍ରାର୍ଥନା ସମୟରେ କୌଣସି ପରିବର୍ତ୍ତନ କି କଟକଣା ଲଗାଯିବ ନାହିଁ । ଏବେ ଯେମିତି ଚାଲିଛି ସେଭଳି ସବୁ କିଛି ଜାରି ରହିବ ।




admin 