କରୋନା ଦ୍ୱିତୀୟ ଢେଉ : ରାଜ୍ୟରେ ଆଜି ପୁଣି ୧୫୫୮ ଜଣ ପଜିଟିଭ ଚିହ୍ନଟ
କରୋନା ଦ୍ୱିତୀୟ ଢେଉ : ରାଜ୍ୟରେ ଆଜି ପୁଣି ୧୫୫୮ ଜଣ ପଜିଟିଭ ଚିହ୍ନଟ
ଭୁବନେଶ୍ୱର : ଆଜି ୧୫୫୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୯୦୪ ଓ ସ୍ଥାନୀୟ ଅଞ୍ଚଳରୁ ୬୫୪ ଜଣ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୭୫ ହଜାର ୬୯୦ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୯ ଲକ୍ଷ ୫୩ ହଜାର ୮୮ ରହିଥିବା ବେଳେ ୧୬ ହଜାର ୭୧୫ ଜଣ ଚିକିତ୍ସିତ ହେଉଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୮୦ ଜଣ, ବାଲେଶ୍ୱରରୁ ୯୭ ଜଣ, ବରଗଡ଼ରୁ ୬ ଜଣ, ଭଦ୍ରକରୁ ୪୨ ଜଣ, ବଲାଙ୍ଗୀରରୁ ୧୦ ଜଣ, ବୌଦ୍ଧରୁ ୩, କଟକରୁ ୨୪୧ ଜଣ, ଦେବଗଡ଼ରୁ ୯ ଜଣ, ଢେଙ୍କାନାଳରୁ ୨୩ ଜଣ, ଗଜପତିରୁ ୩ ଜଣ, ଗଞ୍ଜାମରୁ ୭ ଜଣ, ଜଗତସିଂହପୁରରୁ ୬୭ ଜଣ, ଯାଜପୁରରୁ ୭୮ ଜଣ, ଝାରସୁଗୁଡ଼ାରୁ ୭ ଜଣ, କଳାହାଣ୍ଡିରୁ ୮ ଜଣ, କନ୍ଧମାଳରୁ ୧୮ ଜଣ, କେନ୍ଦ୍ରାପଡ଼ାରୁ ୩୫ ଜଣ, କେଉଁଝରରୁ ୧୪ ଜଣ, ଖୋର୍ଦ୍ଧାରୁ ୪୭୯ ଜଣ, କୋରାପୁଟରୁ ୨ ଜଣ, ମାଲକାନଗିରିରୁ ୫ ଜଣ, ମୟୁରଭଞ୍ଜରୁ ୪୧ ଜଣ, ନବରଙ୍ଗପୁରରୁ ୧୩ ଜଣ, ନୟାଗଡ଼ରୁ ୨୫ ଜଣ, ନୂଆପଡ଼ାରୁ ୨, ପୁରୀରୁ ୮୨ ଜଣ, ରାୟଗଡ଼ାରୁ ୮ ଜଣ, ସମ୍ୱଲପୁରରୁ ୧୪ ଜଣ, ସୋନପୁରରୁ ୮, ସୁନ୍ଦରଗଡ଼ରୁ ୨୮ ଓ ଷ୍ଟେଟ ପୁଲରୁ ୧୦୩ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।




admin 