କରୋନା ଦ୍ୱିତୀୟ ଢେଉ : ରାଜ୍ୟରେ ଆଜି ପୁଣି ୨୧୮୨ ଜଣ ପଜିଟିଭ ଚିହ୍ନଟ

କରୋନା ଦ୍ୱିତୀୟ ଢେଉ : ରାଜ୍ୟରେ ଆଜି ପୁଣି ୨୧୮୨ ଜଣ ପଜିଟିଭ ଚିହ୍ନଟ

କରୋନା ଦ୍ୱିତୀୟ ଢେଉ : ରାଜ୍ୟରେ ଆଜି ପୁଣି ୨୧୮୨ ଜଣ ପଜିଟିଭ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ କ୍ରମଶଃ କରୋନାର ସ୍ଥିତି ସ୍ୱାଭାବିକ ହେବାରେ ଲାଗିଛି । ଗତ ତିନିଦିନ ଧରି ରାଜ୍ୟରେ ସଂକ୍ରମଣ ୨ ହଜାର ଉପରକୁ ଉଠିଛି । ଗତ ଏପ୍ରିଲ ୧୨ ତାରିଖରେ ଶେଷଥର ପାଇଁ ରାଜ୍ୟରେ ସଂକ୍ରମଣ ୨ ହଜାର ତଳେ ରହିଥିଲା । ଗତ ମାସ ୧୪ ତାରିଖରୁ ଦୈନିକ ସଂକ୍ରମଣ ୩ ହଜାର ତଳକୁ ଖସିଥିବା ବେଳେ ୨ ହଜାର ତଳକୁ ଖସିବା ପାଇଁ ୨୮ ଦିନ ଲାଗିଛି । ପଶ୍ଚିମ ଓଡ଼ିଶା ତୁଳନାରେ ଉପକୂଳ ଅଞ୍ଚଳରେ ସଂକ୍ରମଣ ହ୍ରାସ ପାଇଁ ଅଧିକ ସମୟ ଲାଗୁଛି । ଏହା ମଧ୍ୟରେ ଆଜି ପୁଣି ୨୧୮୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୧୨୫୮ ଓ ସ୍ଥାନୀୟ ଅଞ୍ଚଳରୁ ୯୨୪ ଜଣ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୫୨ ହଜାର ୧୧୧ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୯ ଲକ୍ଷ ୨୫ ହଜାର ୫୨୬ ରହିଥିବା ବେଳେ ୨୧ ହଜାର ୫୪୦ ଜଣ ଚିକିତ୍ସିତ ହେଉଛନ୍ତି ।  

ରାଜ୍ୟରେ  ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୮୯ଜଣ, ବାଲେଶ୍ୱରରୁ ୧୬୧ଜଣ, ବରଗଡ଼ରୁ ୧୫ ଜଣ, ଭଦ୍ରକରୁ ୭୬ ଜଣ, ବଲାଙ୍ଗୀରରୁ ୪ ଜଣ, ବୌଦ୍ଧରୁ ୬ ଜଣ, କଟକରୁ ୩୦୮ଜଣ, ଦେବଗଡ଼ରୁ ୧ ଜଣ, ଢେଙ୍କାନାଳରୁ ୭୦ ଜଣ, ଗଜପତିରୁ ୪ ଜଣ, ଗଞ୍ଜାମରୁ ୩ ଜଣ, ଜଗତସିଂହପୁରରୁ ୮୭ ଜଣ, ଯାଜପୁରରୁ ୧୭୫ ଜଣ, ଝାରସୁଗୁଡ଼ାରୁ ୯ ଜଣ, କଳାହାଣ୍ଡିରୁ ୧୩ ଜଣ, କନ୍ଧମାଳରୁ ୧୪ ଜଣ, କେନ୍ଦ୍ରାପଡ଼ାରୁ ୫୫ ଜଣ, କେଉଁଝରରୁ ୪୪ ଜଣ, ଖୋର୍ଦ୍ଧାରୁ ୫୧୦ ଜଣ, କୋରାପୁଟରୁ ୨୮ ଜଣ, ମାଲକାନଗିରିରୁ ୨୫ ଜଣ, ମୟୁରଭଞ୍ଜରୁ ୯୨ ଜଣ, ନବରଙ୍ଗପୁରରୁ ୧୬ ଜଣ, ନୟାଗଡ଼ରୁ ୭୫ ଜଣ, ନୂଆପଡ଼ାରୁ ୨ଜଣ, ପୁରୀରୁ ୯୪ ଜଣ, ରାୟଗଡ଼ାରୁ ୨୨ ଜଣ, ସମ୍ୱଲପୁରରୁ ୨୪ ଜଣ, ସୋନପୁରରୁ ୧୩, ସୁନ୍ଦରଗଡ଼ରୁ ୫୪ ଓ ଷ୍ଟେଟ ପୁଲରୁ ୯୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।