କରୋନା ଦ୍ୱିତୀୟ ଢେଉ : ରାଜ୍ୟରେ ଆଜି ପୁଣି ୨୨୮୨ ଜଣ ପଜିଟିଭ ଚିହ୍ନଟ

କରୋନା ଦ୍ୱିତୀୟ ଢେଉ : ରାଜ୍ୟରେ ଆଜି ପୁଣି ୨୨୮୨ ଜଣ ପଜିଟିଭ ଚିହ୍ନଟ

କରୋନା ଦ୍ୱିତୀୟ ଢେଉ : ରାଜ୍ୟରେ ଆଜି ପୁଣି ୨୨୮୨ ଜଣ ପଜିଟିଭ ଚିହ୍ନଟ

ଭୁବନେଶ୍ୱର :  ରାଜ୍ୟରେ କରୋନା କଟକଣା ଲାଗୁ ପରେ ମଧ୍ୟ ୧୫ ଦିନ ଧରି ୩ ହଜାର ପଜିଟିଭ୍ ଚିହ୍ନଟ ହୋଇଥିଲେ । ଗତ ମାସ ୧୪ ତାରିଖରୁ ଏହି ପ୍ରକ୍ରିୟା ଜାରି ରହିଛି । ମାତ୍ର ଅଳ୍ପ ଦିନ ପାଇଁ ଦୈନିକ ସଂକ୍ରମଣ ୩ ହଜାର ତଳକୁ ଖସିଥିଲା । ଗତ ଆଠ ଦିନ ହେଲା ୩ ହଜାର ତଳକୁ ଏବେ ସଂକ୍ରମଣ ଖସିଛି । ଏହା ମଧ୍ୟରେ ଆଜି ପୁଣି ୨୨୮୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୧୩୧୫ ଓ ସ୍ଥାନୀୟ ଅଞ୍ଚଳରୁ ୯୬୭ ଜଣ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୩୯ ହଜାର ୭୫୨ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୯ ଲକ୍ଷ ୯ ହଜାର ୬୩୯ ରହିଥିବା ବେଳେ ୨୫ ହଜାର ୪୬୧ ଜଣ ଚିକିତ୍ସିତ ହେଉଛନ୍ତି ।  

୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୬୧ଜଣ, ବାଲେଶ୍ୱରରୁ ୧୪୬ଜଣ, ବରଗଡ଼ରୁ ୧୭ଜଣ, ଭଦ୍ରକରୁ ୭୧ଜଣ, ବଲାଙ୍ଗୀରରୁ ୯ଜଣ, ବୌଦ୍ଧରୁ ୧୦ଜଣ, କଟକରୁ ୨୮୯ଜଣ, ଦେବଗଡ଼ରୁ  ୬ଜଣ, ଢେଙ୍କାନାଳରୁ ୫୫ଜଣ, ଗଜପତିରୁ ୮ଜଣ, ଗଞ୍ଜାମରୁ ୧୭ ଜଣ, ଜଗତସିଂହପୁରରୁ ୭୩ ଜଣ, ଯାଜପୁରରୁ ୧୧୧ ଜଣ, ଝାରସୁଗୁଡ଼ାରୁ ୧୧ ଜଣ, କଳାହାଣ୍ଡିରୁ ୧୨ଜଣ, କନ୍ଧମାଳରୁ ୨୦ ଜଣ, କେନ୍ଦ୍ରାପଡ଼ାରୁ ୬୨ଜଣ, କେଉଁଝରରୁ ୫୧ ଜଣ, ଖୋର୍ଦ୍ଧାରୁ ୫୯୨ଜଣ, କୋରାପୁଟରୁ ୪୦ଜଣ, ମାଲକାନଗିରିରୁ ୩୨ଜଣ, ମୟୁରଭଞ୍ଜରୁ ୧୪୧ଜଣ, ନବରଙ୍ଗପୁରରୁ ୧୨ ଜଣ, ନୟାଗଡ଼ରୁ ୮୩ଜଣ, ନୂଆପଡ଼ାରୁ ୨ଜଣ, ପୁରୀରୁ ୧୨୭ଜଣ, ରାୟଗଡ଼ାରୁ ୧୫ଜଣ, ସମ୍ୱଲପୁରରୁ ୧୮ଜଣ, ସୋନପୁରରୁ ୭, ସୁନ୍ଦରଗଡ଼ରୁ ୬୭ ଓ ଷ୍ଟେଟ ପୁଲରୁ ୧୧୭ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।