କରୋନା ଦ୍ୱିତୀୟ ଢେଉ : ରାଜ୍ୟରେ ଆଜି ପୁଣି ୨୯୧୭ ଜଣ ପଜିଟିଭ ଚିହ୍ନଟ

କରୋନା ଦ୍ୱିତୀୟ ଢେଉ : ରାଜ୍ୟରେ ଆଜି ପୁଣି ୨୯୧୭ ଜଣ ପଜିଟିଭ ଚିହ୍ନଟ

କରୋନା ଦ୍ୱିତୀୟ ଢେଉ : ରାଜ୍ୟରେ ଆଜି ପୁଣି ୨୯୧୭ ଜଣ ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଦୈନିକ ସଂକ୍ରମଣ ୧୨ ହଜାରରୁ ହ୍ରାସ ପାଇ ୩ ହଜାରରେ ପହଞ୍ଚିବା ପରେ ଆଶା କରାଯାଉଥିଲା ଖୁବଶୀଘ୍ର ଏହି ସଂଖ୍ୟା ନିମ୍ନସ୍ତରରେ ପହଞ୍ଚିବ । ମାତ୍ର ରାଜ୍ୟରେ କରୋନା କଟକଣା ଲାଗୁ ପରେ ମଧ୍ୟ ୧୫ ଦିନ ଧରି ୩ ହଜାର ପଜିଟିଭ୍ ଚିହ୍ନଟ ହେଉଛନ୍ତି । ଗତ ମାସ ୧୪ ତାରିଖରୁ ଏହି ପ୍ରକ୍ରିୟା ଜାରି ରହିଛି । ମାତ୍ର ଅଳ୍ପ ଦିନ ପାଇଁ ଦୈନିକ ସଂକ୍ରମଣ ୩ ହଜାର ତଳକୁ ଖସିଥିଲା । ଏହା ମଧ୍ୟରେ ଆଜି ପୁଣି ୨୯୧୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୧୬୭୭ ଓ ସ୍ଥାନୀୟ ଅଞ୍ଚଳରୁ ୧୨୪୦ ଜଣ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୧୯ ହଜାର ୨୬ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୮ ଲକ୍ଷ ୮୪ ହଜାର ୨୬୨ ରହିଥିବା ବେଳେ ୩୦ ହଜାର ୫୫୭ ଜଣ ଚିକିତ୍ସିତ ହେଉଛନ୍ତି । 

୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୮୬ଜଣ, ବାଲେଶ୍ୱରରୁ ୨୩୭ଜଣ, ବରଗଡ଼ରୁ ୨୨ ଜଣ, ଭଦ୍ରକରୁ ୧୬୩ଜଣ, ବଲାଙ୍ଗୀରରୁ ୭ ଜଣ, ବୌଦ୍ଧରୁ ୧୯ଜଣ, କଟକରୁ ୪୨୨ଜଣ, ଦେବଗଡ଼ରୁ ୫ ଜଣ, ଢେଙ୍କାନାଳରୁ ୭୭ଜଣ, ଗଜପତିରୁ ୬ ଜଣ, ଗଞ୍ଜାମରୁ ୨୧ ଜଣ, ଜଗତସିଂହପୁରରୁ ୧୧୯ ଜଣ, ଯାଜପୁରରୁ ୨୧୮ ଜଣ, ଝାରସୁଗୁଡ଼ାରୁ ୮ ଜଣ, କଳାହାଣ୍ଡିରୁ ୨୧ ଜଣ, କନ୍ଧମାଳରୁ ୧୩ ଜଣ, କେନ୍ଦ୍ରାପଡ଼ାରୁ ୭୯ଜଣ, କେଉଁଝରରୁ ୭୫ଜଣ, ଖୋର୍ଦ୍ଧାରୁ ୫୪୯ ଜଣ, କୋରାପୁଟରୁ ୫୫ଜଣ, ମାଲକାନଗିରିରୁ ୫୯ଜଣ, ମୟୁରଭଞ୍ଜରୁ ୧୬୫ଜଣ, ନବରଙ୍ଗପୁରରୁ ୧୯ ଜଣ, ନୟାଗଡ଼ରୁ ୯୬ଜଣ, ନୂଆପଡ଼ାରୁ ୮ଜଣ, ପୁରୀରୁ ୧୩୨ଜଣ, ରାୟଗଡ଼ାରୁ ୫୩ଜଣ, ସମ୍ୱଲପୁରରୁ ୨୨ଜଣ, ସୋନପୁରରୁ ୧୨, ସୁନ୍ଦରଗଡ଼ରୁ ୪୮ ଓ ଷ୍ଟେଟ ପୁଲରୁ ୧୦୧ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।