ଦେଶରୁ ଦିନକରେ ୩୯,୩୬୧ ନୂଆ କରୋନା ପଜିଟିଭ୍ ଚିହ୍ନଟ
ଦେଶରୁ ଦିନକରେ ୩୯,୩୬୧ ନୂଆ କରୋନା ପଜିଟିଭ୍ ଚିହ୍ନଟ
ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୪୦ ହଜାରରୁ କମି ଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ୫ ଶହରୁ କମ୍ ରହିଛି । କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୩୯,୩୬୧ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୪୧୬ ମୃତ୍ୟୁ ରେକର୍ଡ କରାଯାଇଛି । ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍ ସଂକ୍ରମଣ ମାମଲା ୩,୧୪,୧୧,୨୬୨ ଓ ମୃତ୍ୟୁସଂଖ୍ୟା ୪,୨୦,୯୬୭ରେ ପହଞ୍ଚିଛି । ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୩୫,୯୬୮ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୩,୦୫,୭୯,୧୦୬ରେ ପହଞ୍ଚିଛି । ଏହା ବ୍ୟତିରେକେ, ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୪,୧୧,୧୮୯। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୪୩,୫୧,୯୬,୦୦୧ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି ।




admin 