ଦେଶରେ କରୋନା ଦ୍ୱିତୀୟ ଲହରୀ: ଆଜି ଦେଶରୁ ଗୋଟିଏ ଦିନରେ ୨ ହଜାର ୭୯୫ ଜଣଙ୍କ ମୃତୁ୍ୟ

ଦେଶରେ କରୋନା ଦ୍ୱିତୀୟ ଲହରୀ: ଆଜି ଦେଶରୁ ଗୋଟିଏ ଦିନରେ ୨ ହଜାର ୭୯୫ ଜଣଙ୍କ ମୃତୁ୍ୟ

ଦେଶରେ କରୋନା ଦ୍ୱିତୀୟ ଲହରୀ: ଆଜି ଦେଶରୁ ଗୋଟିଏ ଦିନରେ ୨ ହଜାର ୭୯୫ ଜଣଙ୍କ ମୃତୁ୍ୟ
ନୂଆଦିଲ୍ଲୀ: କରୋନା ଭାଇରସର ଦ୍ୱିତୀୟ ଲହରୀ ଦିନକୁ ଦିନ ଭୟଙ୍କର ହେବାରେ ଲାଗିଛି । ଦେଶରେ କରୋନାର ଦ୍ୱିତୀୟ ଲହରୀ ଦ୍ରୁତ ଗତିରେ ବଢିଚାଲିଛି । ଏଭଳି ସ୍ଥିତି ଆଉ କେତେ ଦିନ ରହିବ ଓ ଆଗକୁ କଣ ହେବ ତାଙ୍କୁ ନେଇ ଲୋକମାନେ ଆଶା ଓ ଆଶଙ୍କାରେ ରହିଛନ୍ତି । ଆମ ଦେଶରେ ଅନେକ ରାଜ୍ୟରେ ଲକଡାଉନ ଲାଗିଛି । ଆଜି ଆମ ଦେଶରେ ଗୋଟିଏ ଦିନରେ ୧ ଲକ୍ଷ ୨୭ ହଜାର ୫୧୦ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ ୨୪ ଘଂଟାରେ କରୋନାରେ ୨ ହଜାର ୭୯୫ ଜଣ ମୃତୁ୍ୟବରଣ କରିଛନ୍ତି । ସେହିପରି ଦେଶରେ ମୋଟ୍ ମୃତୁ୍ୟ ସଂଖ୍ୟା ୩ ଲକ୍ଷ ୩୧ ହଜାର ୮୯୫ କୁ ବୃଦ୍ଧି ପାଇଛି । ବର୍ତମାନ ଦେଶରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨ କୋଟି ୮୧ ଲକ୍ଷ ୭୫ ହଜାର ୪୪ ରେ ପହଂଚିଛି । ଦେଶରେ ୧୮ ଲକ୍ଷ ୯୫ ହଜାର ୫୨୦ ଜଣ କରୋନା ରୋଗୀ ଏବେ ବି ଚିକିତ୍ସାଧୀନ ହେଉଛନ୍ତି । ସେହପିରି ୨ କୋଟି ୫୯ ଲକ୍ଷ ୪୭ ହଜାର ୬୨୯ ଜଣ କରୋନାରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଦେଶରେ ଏଯାବତ ୨୧ କୋଟି ୬୦ ଲକ୍ଷ ୪୬ ହଜାର ୬୩୮ ଜଣ ଟିକା ନେଇଛନ୍ତି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛ ।