ଦେଶରେ ପ୍ରଥମ ଥର ପାଇଁ ଦୈନିକ ସଂକ୍ରମଣ ୩ ଲକ୍ଷ ଟପିଲା

ଦେଶରେ ପ୍ରଥମ ଥର ପାଇଁ ଦୈନିକ ସଂକ୍ରମଣ ୩ ଲକ୍ଷ ଟପିଲା

ଦେଶରେ ପ୍ରଥମ ଥର ପାଇଁ ଦୈନିକ ସଂକ୍ରମଣ ୩ ଲକ୍ଷ ଟପିଲା
ନୂଆଦିଲ୍ଲୀ: ଦେଶରେ କରୋନାର ଦ୍ୱିତୀୟ ଲହରୀ ଦ୍ରୁତ ଗତିରେ ବଢିଚାଲିଛି । ଆଜି ଦେଶରୁ ୩ ଲକ୍ଷ ୧୪ ହଜାର ୮୩୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ ଏବେ କରୋନା ସଂଖ୍ୟା ବୃଦ୍ଧି ପାଇବାକୁ ଲାଗିଛି । ନୂଆ ଷ୍ଟ୍ରେନ ଯୋଗୁ ଦେଶର ଜନ ସାଧାରଣ ଭୟଭିତ ହୋଇଯାଇଛନ୍ତି । ପ୍ରତିଦିନ କରୋନା ସଂଖ୍ୟା ଦେଶରେ ବଢିବାରେ ଲାଗିଛି । କରୋନା ଯୋଗୁଁ ମହାରାଷ୍ଟ୍ରରେ ପ୍ରାୟ ଜିଲ୍ଲାରେ ଲକଡାଉନ ଘୋଷଣା କରାଯାଇଛି । କରୋନା ପାଇଁ ସରକାରଙ୍କ ପକ୍ଷରୁ ଅନେକ ସଚେତନତା ପଦକ୍ଷେପ ନିଆଯାଉଛି । ତଥାପି ଦେଶରେ କରୋନା ସଂଖ୍ୟା କମିବାର ନାଁ ଧରୁନି । ଆମ ଦେଶରେ ଅନେକ ସହରରେ ନାଇଟକର୍ଫୁ ଲାଗିଲାଣି । ଆଜି ଆମ ଦେଶରେ ଗୋଟିଏ ଦିନରେ ୩ ଲକ୍ଷ ୧୪ ହଜାର ୮୩୫ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ ୨୪ ଘଂଟାରେ କରୋନାରେ ୨୧୦୪ ଜଣ ମୃତୁ୍ୟବରଣ କରିଛନ୍ତି । ସେହିପରି ଦେଶରେ ମୃତୁ୍ୟ ସଂଖ୍ୟା ୧ ଲକ୍ଷ ୮୪ ହଜାର ୬୫୭ କୁ ବୃଦ୍ଧି ପାଇଛି । ବର୍ତମାନ ଦେଶରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୫୯ ଲକ୍ଷ ୩୦ ହଜାର ୯୬୫ ରେ ପହଂଚିଛି । ଦେଶରେ ୨୨ ଲକ୍ଷ ୯୧ ହଜାର ୪୨୮ ଜଣ କରୋନା ରୋଗୀ ଏବେ ବି ଚିକିତ୍ସାଧୀନ ହେଉଛନ୍ତି । ସେହପିରି ୧ କୋଟି ୩୪ ଲକ୍ଷ ୫୪ ହଜାର ୮୮୦ ଜଣ କରୋନାରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଦେଶରେ ଏଯାବତ ୧୩ କୋଟି ୨୩ ଲକ୍ଷ ୩୦ ହଜାର ୬୪୪ ଜଣ ଟିକା ନେଇ ସାରିଲେଣୀ । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛ ।