ନବୀନଙ୍କୁ ଜନ୍ମଦିନ ଶୁଭେଚ୍ଛା ଜଣାଇଲେ ଧର୍ମେନ୍ଦ୍ର

ନବୀନଙ୍କୁ ଜନ୍ମଦିନ ଶୁଭେଚ୍ଛା ଜଣାଇଲେ ଧର୍ମେନ୍ଦ୍ର

ନବୀନଙ୍କୁ ଜନ୍ମଦିନ ଶୁଭେଚ୍ଛା ଜଣାଇଲେ ଧର୍ମେନ୍ଦ୍ର

ଭୁବନେଶ୍ୱର: ୭୬ ବର୍ଷରେ ପାଦ ଥାପିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଅବସରରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନବୀନଙ୍କୁ  ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି।  ଶ୍ରୀ ପ୍ରଧାନ ନିଜର ଟୁଇଟରରେ ଲେଖିଛନ୍ତି, ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଜୀଙ୍କୁ ଜନ୍ମ ଦିବସର ହାର୍ଦ୍ଦିକ ଶୁଭେଚ୍ଛା। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ଆପଣଙ୍କ ଦୀର୍ଘ ଓ ନିରାମୟ ଜୀବନ କାମନା କରୁଛି।


ସୂଚନାଯୋଗ୍ୟ, ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ସୁପୁତ୍ର ନବୀନ ପଟ୍ଟନାୟକ ୧୯୪୬ ମସିହା ଅକ୍ଟୋବର ୧୬ ତାରିଖରେ କଟକଠାରେ ଜନ୍ମଗ୍ରହଣ କରିଥିଲେ। ସେପଟେ ଜନ୍ମଦିନ ନପାଳିବାକୁ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେଇଛନ୍ତି । ଏହାସହ ନବୀନ ନିବାସ ନଆସିବାକୁ ମୁଖ୍ୟମନ୍ତ୍ରୀ ନିବେଦନ କରିଛନ୍ତି । ଏହି ଅବସରରେ କୋଭିଡରେ ମୃତ ପରିବାରକୁ ସାହାଯ୍ୟ କରିବାକୁ ମୁଖ୍ୟମମନ୍ତ୍ରୀ ଆହ୍ବାନ କରିଛନ୍ତି । ଏହାସହ ରକ୍ତଦାନ ଭଳି ମହତ କାର୍ୟ୍ୟ ହେବ ଜନ୍ମଦିନ ପାଇଁ ସଵୁଠୁ ବଡ଼ ଶୁଭେଚ୍ଛା ବୋଲି ସେ କହିଛନ୍ତି ।