ପିପିଲି ଭୋଟ : ବିଜେଡ଼ି ୨୫୦୦ ଭୋଟ ଆଗରେ
ପିପିଲି ଭୋଟ : ବିଜେଡ଼ି ୨୫୦୦ ଭୋଟ ଆଗରେ
ଭୁବନେଶ୍ୱର : ପିପିଲି ଭୋଟ ଗଣତି ଜାରି ରହିଛି । ପ୍ରଥମ ରାଉଣ୍ଡରେ ବିଜେଡ଼ି ୧୪୦୬ ଖଣ୍ଡ ଭୋଟରେ ଆଗୁଆ ଥିବାବେଳେ ଦ୍ୱିତୀୟ ରାଉଣ୍ଡ ସୁଦ୍ଧା ବିଜେଡ଼ି ୨୫୦୦ ଭୋଟରେ ଆଗୁଆ ରହିଛି ।
ପ୍ରଥମ ରାଉଣ୍ଡରେ ବିଜେଡ଼ିର ରୁଦ୍ର ପ୍ରସାଦ ମହାରଥିଙ୍କୁ ୪୦୫୫ ଖଣ୍ଡ ଭୋଟ, ବିଜେପିର ଆଶ୍ରୀତ ପଟ୍ଟନାୟକଙ୍କୁ ୨୬୪୯ ଖଣ୍ଡ ଭୋଟ ଓ କଂଗ୍ରେସ ପ୍ରାର୍ଥୀ ବିଶ୍ୱକେଶନ ହରିଚନ୍ଦନ ମହାପାତ୍ରଙ୍କୁ ୭୬୬ ଖଣ୍ଡ ଭୋଟ ମିଳିଥିବା ଜଣାପଡ଼ିଛି । ତେବେ ଦ୍ୱିତୀୟ ରାଉଣ୍ଡ ସୁଦ୍ଧା ବିଜେଡ଼ିକୁ ୬୬୦୩, ବିଜେପିକୁ ୪୧୬୨ ଖଣ୍ଡ ଓ କଂଗ୍ରେସକୁ ୮୬୦ ଖଣ୍ଡ ଭୋଟ ମିଳିଛି ।
ଦୁଇଟି ହଲରେ ଇଭିଏମ ଓ ଗୋଟିଏ ହଲରେ ପୋଷ୍ଟାଲ ଭୋଟ ଗଣତି ହେଉଛି । ଗୋଟିଏ ହଲରେ ୭ଟି ଲେଖାଏଁ ଟେବୁଲ ଥିବାବେଳେ ଦୁଇଟି ହଲରେ ୧୪ଟି ଟେବୁଲ ପଡ଼ିଛି । ଭୋଟ ଗଣତି ପାଇଁ ୬୨ ଜଣ କର୍ମଚାରୀଙ୍କୁ ନିୟୋଜିତ କରାଯାଇଛି ।
ଚଳିତ ଉପନିର୍ବାଚନରେ ୧୯୯୫ ପରେ ସର୍ବାଧିକ ମତଦାନ ହୋଇଛି । ନିର୍ବାଚନମଣ୍ଡଳୀରେ ୨ ଲକ୍ଷ ୨୯ ହଜାର ୯୧୮ ଭୋଟର ଥିବାବେଳେ ୭୮.୨୫ ପ୍ରତିଶତ ମତଦାନ କରିଛନ୍ତି । ୯୫ ହଜାର ୩୮୩ ଜଣ ପୁରୁଷ ଓ ୮୪ ହଜାର ୫୯୭ ଜଣ ମହିଳା ମତଦାନ କରିଛନ୍ତି । ମୋଟ ଉପରେ ୧ ଲକ୍ଷ ୭୯ ହଜାର ୯୮୦ ଜଣ ମତଦାନ କରିଥିବାବେଳେ କିଏ ବାଜିମାତ କରିବ ତାହାକୁ ନେଇ ଉତ୍କଣ୍ଠା ଲାଗିରହିଛି ।




admin 