ବାତ୍ୟାକୁ ନେଇ ସତର୍କ କରାଇଲେ ସ୍ବତନ୍ତ୍ର ରିଲିଫ କମିସନର
ବାତ୍ୟାକୁ ନେଇ ସତର୍କ କରାଇଲେ ସ୍ବତନ୍ତ୍ର ରିଲିଫ କମିସନର
ଭୁବନେଶ୍ବର : ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ଜିଲ୍ଲାପାଳଙ୍କୁ ସତର୍କ କରାଇଲେ ସ୍ବତନ୍ତ୍ର ରିଲିଫ୍ କମିସନର। ନଭେମ୍ବର ୩୦ ତାରିଖରେ ଆଣ୍ଡାମାନ ସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ରହିଛି । ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଉଛି । ବିଶେଷକରି ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ଆଶଙ୍କା କରିଛି ।
ଏହାପରେ ଜିଲ୍ଲାପାଳମାନଙ୍କୁ ସତର୍କ କରାଇଛନ୍ତି ସ୍ୱତନ୍ତ୍ର ରିଲିଫ କମିସନର। ଦକ୍ଷିଣ ଉପକୂଳ ସହ ୬ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଜଗତସିଂହପୁର, କେନ୍ଦ୍ରାପଡା, ମାଲକାନଗିରି, କୋରାପୁଟ, ରାୟଗଡ଼ା, କନ୍ଧମାଳ ଜିଲ୍ଲାରେ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଉଛି। ଏହି କ୍ରମରେ ସମସ୍ତ ସ୍ଥିତିର ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ସ୍ବତନ୍ତ୍ର ରିଲିଫ୍ କମିଶନର ପ୍ରଦୀପ ଜେନା। ତେବେ ଲଘୁଚାପ ବଳୟ ସୃଷ୍ଟି ହେବାପରେ ହିଁ ବାତ୍ୟାର ସମ୍ଭାବନା ସ୍ପଷ୍ଟ ହୋଇ ପାରିବ । ଏହାପୂର୍ବରୁ ସମୁଦ୍ର ଭିତରକୁ ଯାଇଥିବା ମତ୍ସ୍ୟଜୀବୀଙ୍କୁ ଡିସେମ୍ବର ୨ ତାରିଖ ପୂର୍ବରୁ ଫେରି ଆସିବାକୁ ନିର୍ଦ୍ଦେଶ ଦିଆଯାଇଛି । ଏହି ଲଘୁଚାପ ଯୋଗୁଁ ସମୁଦ୍ରରେ ୫୦ରୁ ୬୦ କିମି ବେଗରେ ପବନ ବହି ୭୦ କିମି ପର୍ୟ୍ୟନ୍ତ ପହଞ୍ଚି ପାରେ।




admin 