ମହାଶିବରାତ୍ରି ପାଇଁ ମନ୍ଦିର ସେବାୟତ, ପୁଲିସ୍‌ କର୍ମଚାରୀଙ୍କ କୋଭିଡ ଟେଷ୍ଟ

ମହାଶିବରାତ୍ରି ପାଇଁ ମନ୍ଦିର ସେବାୟତ, ପୁଲିସ୍‌ କର୍ମଚାରୀଙ୍କ କୋଭିଡ ଟେଷ୍ଟ

ମହାଶିବରାତ୍ରି ପାଇଁ ମନ୍ଦିର ସେବାୟତ, ପୁଲିସ୍‌ କର୍ମଚାରୀଙ୍କ କୋଭିଡ ଟେଷ୍ଟ
ଭୁବନେଶ୍ୱର: ଆସନ୍ତା ୧୧ ତାରିଖରେ ପାଳିତ ହେବ ମହାଶିବରାତ୍ରି । ଏଥର ଲିଙ୍କରାଜ ମନ୍ଦିରରେ କରୋନା କଟକଣା ମଧ୍ୟରେ ପାଳିତ ହେବ ମହାଶିବରାତ୍ରି । ଏଥିନିମନ୍ତେ ଆଜିଠୁ ମନ୍ଦିରର ସେବାୟତ ଓ ସେଠାରେ ନିୟୋଜିତ ହେବାକୁ ଥିବା ପୁଲିସ୍‌ କର୍ମଚାରୀଙ୍କ କୋଭିଡ ଟେଷ୍ଟ କରାଯିବ । ଗତକାଲି ମନ୍ଦିର ପ୍ରଶାସନ ପକ୍ଷରୁ ଆୟୋଜିତ ସମନ୍ୱୟ ବୈଠକରେ ଏନେଇ ଆଲୋଚନା କରାଯାଇଛି । ବୈଠକ ଦେବୋତ୍ତର କମିଶନରଙ୍କ ସହ ମନ୍ଦିର ପ୍ରଶାସନ ଓ ବିଏମସିର ଅଧିକାରୀସ୍ତରୀୟ ଟିମ୍‌ , ବିଏମସି ଅତିରିକ୍ତ କମିଶନର ଅବନିକାନ୍ତ ପଟ୍ଟନାୟକ , ମନ୍ଦିର ପ୍ରଶାସନ କାର୍ୟ୍ୟାଳୟ ମନ୍ଦିରର କାର୍ୟ୍ୟନିର୍ବାହୀ ଅଧିକାରୀ ପ୍ରସନ୍ନ କୁମାର ଦାଶ, ବିଏମସି ଅତିରିକ୍ତ କମିଶନର ଅବନିକାନ୍ତ ପଟ୍ଟନାୟକ, ଅତିରିକ୍ତ ଜିଲ୍ଲାପାଳ ପ୍ରଫୁଲ୍ଲ କୁମାର ସ୍ୱାଇଁଙ୍କ ସମେତ ବିଭିନ୍ନ ନିଯୋଗର କର୍ମକର୍ତ୍ତା ଓ ସେବାୟତ ଉପସ୍ଥିତ ଥିଲେ ।