ରାଜ୍ୟରେ ବର୍ତ୍ତମାନ କରୋନା ସଂକ୍ରମଣର ଗ୍ରାଫ୍‌ ତଳମୁହାଁ : ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ରାଜ୍ୟରେ ବର୍ତ୍ତମାନ କରୋନା ସଂକ୍ରମଣର ଗ୍ରାଫ୍‌ ତଳମୁହାଁ : ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ରାଜ୍ୟରେ ବର୍ତ୍ତମାନ କରୋନା ସଂକ୍ରମଣର ଗ୍ରାଫ୍‌ ତଳମୁହାଁ : ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର: ରାଜ୍ୟରେ ବର୍ତ୍ତମାନ କରୋନା ସଂକ୍ରମଣର ଗ୍ରାଫ୍‌ ତଳମୁହାଁ ହୋଇଛି । ଆକଳନ ଅନୁସାରେ ସଂକ୍ରମିତଙ୍କ ସଂଖ୍ୟା କମିବାରେ ଲାଗିଛି । କେସ ଲୋଡ୍ ଓ ସଂକ୍ରମଣ ହାରରେ ଆସୁଛି ଉନ୍ନତି । କିଛି ଜିଲ୍ଲାରେ ସଂକ୍ରମଣ ଏବେ  ପ୍ଲାଟୋ ଷ୍ଟେଜରେ ରହିଛି । ତେବେ ଏଥିପାଇଁ ଆତଙ୍କିତ ହେବାର ନାହିଁ ବୋଲି କହିଛନ୍ତି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର ।

ଏହା ସହ ତୃତୀୟ ଲହର ମୁକାବିଲା ପାଇଁ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛନ୍ତି। ଟେଷ୍ଟିଂ, ଟ୍ରେସିଂ ଓ ଟିକାକରଣକୁ ଗୁରୁତ୍ୱ ଦିଆଯାଉଛି। ଟେଷ୍ଟିଂ ପାଇଁ ଲାବରେଟୋରୀ ବଢ଼ାଯାଉଛି । ସ୍ୱାସ୍ଥ୍ୟ ଭିତ୍ତିଭୂମି ଯାହା ରହିଛି, ତାକୁ ତ୍ୱରାନ୍ୱିତ କରି ତୃତୀୟ ଲହରର ମୁକାବିଲା କରାଯିବ ବୋଲି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର କହିଛନ୍ତି ।