ରାଜ୍ୟରେ ଭାଙ୍ଗୁଛି କରୋନାର କାୟା, ଆଜି ୨୦୩ କୋଭିଡ୍ ପଜିଟିଭ ଚିହ୍ନଟ

ରାଜ୍ୟରେ ଭାଙ୍ଗୁଛି କରୋନାର କାୟା, ଆଜି ୨୦୩ କୋଭିଡ୍ ପଜିଟିଭ ଚିହ୍ନଟ

ରାଜ୍ୟରେ ଭାଙ୍ଗୁଛି କରୋନାର କାୟା, ଆଜି ୨୦୩ କୋଭିଡ୍ ପଜିଟିଭ ଚିହ୍ନଟ

ଭୁବନେଶ୍ଵର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୦୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୧୯ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୮୪ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୩୧ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୨୫୨୬୪ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।
୨୩ ଜିଲ୍ଲାରେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ସୁନ୍ଦରଗଡ଼ରୁ ୩୪ ଜଣ, ଖୋର୍ଦ୍ଧାରୁ ୩୨ ଜଣ, ବଲାଙ୍ଗୀରରୁ ୧୪ ଜଣ, ବରଗଡ଼ରୁ ୧୧ ଜଣ, କଟକ ଓ ନୂଆପଡ଼ା ଜିଲ୍ଲାରୁ ୧୦ ଜଣ ଲେଖାଁଏ, ମୟୂରଭଞ୍ଜ ଓ ପୁରୀ ଜିଲ୍ଲାରୁ ୯ ଜଣ ଲେଖାଁଏ, ନବରଙ୍ଗପୁର ଓ ସମ୍ବଲପୁର ଜିଲ୍ଲାରୁ ୮ ଜଣ ଲେଖାଁଏ, ଯାଜପୁରରୁ ୭ ଜଣ, ସୋନପୁରରୁ ୬ ଜଣ, ବାଲେଶ୍ବରରୁ ୫ ଜଣ, ଦେବଗଡ଼, କଳାହାଣ୍ଡି, କନ୍ଧମାଳ ଓ ରାୟଗଡ଼ା ଜିଲ୍ଲାରୁ ୪ ଜଣ ଲେଖାଁଏ, ଭଦ୍ରକ ଓ ଗଜପତି ଜିଲ୍ଲାରୁ ୩ ଜଣ ଲେଖାଁଏ, ଜଗତସିଂହପୁରରୁ ୨ ଜଣ, ବୌଦ୍ଧ ଓ କୋରାପୁଟ ଜିଲ୍ଲାରୁ ଜଣେ ଲେଖାଁଏ ଏବଂ ଷ୍ଟେଟ୍ ପୁଲ୍‌ରୁ ୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୨୫୨୬୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୩୬୮ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୩୧୩୬୭୯ ଜଣ ସୁସ୍ଥ ହୋଇଛନ୍ତି ।