ରାଜ୍ୟରେ ୬୮୧ ସଂକ୍ରମିତ ଚିହ୍ନଟ, ୫ ମୃତ

ରାଜ୍ୟରେ ୬୮୧ ସଂକ୍ରମିତ ଚିହ୍ନଟ, ୫ ମୃତ

ରାଜ୍ୟରେ ୬୮୧ ସଂକ୍ରମିତ ଚିହ୍ନଟ, ୫ ମୃତ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୮୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୩୯୮ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୨୮୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୧୧୮ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି।

ବର୍ତ୍ତମାନ ପର୍ୟ୍ୟନ୍ତ ରାଜ୍ୟରେ ୧୦, ୧୦, ୭୫୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୯, ୯୫, ୪୭୪ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୭, ୧୮୬ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଥିବାର ସୂଚନା ମିଳିଛି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁସଂଖ୍ୟା ୮୦୪୦କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ସେହିପରି କରୋନାରେ ପ୍ରାଣ ହରାଇଥିବା ଆଉ ୫ ଜଣ ଲୋକଙ୍କ ସଂପର୍କରେ ସୂଚନା ଦେଇଛନ୍ତି ସରକାର। ପ୍ରାପ୍ତ ସୂଚନା ଅନୁଯାୟୀ, ଏହି ମୃତକଙ୍କ ମଧ୍ୟରେ ଭଦ୍ରକ, କଟକ, ଖୋର୍ଦ୍ଧା, କେନ୍ଦ୍ରାପଡ଼ା ଓ ନବରଙ୍ଗପୁର ଜିଲ୍ଲାରୁ ଜଣେ ଲେଖାଏଁ କରୋନା ସଂକ୍ରମିତ ଅଛନ୍ତି।