ରାଜ୍ୟରେ ୯୧ ନୂଆ ଆକ୍ରାନ୍ତ ଚିହ୍ନଟ

ରାଜ୍ୟରେ ୯୧ ନୂଆ ଆକ୍ରାନ୍ତ ଚିହ୍ନଟ

ରାଜ୍ୟରେ ୯୧ ନୂଆ ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର: ରାଜ୍ୟରେ ପୁଣି ଶହେ ମୁହାଁ ଆକ୍ରାନ୍ତଙ୍କ ସଂଖ୍ୟା। ୨୪ ଘଣ୍ଟା ରାଜ୍ୟରେ ୧୮ ଟି ଜିଲ୍ଲାରୁ ୯୧ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୫୩ ଜଣ କ୍ୱାରେଣ୍ଟାଇନ୍‌ରେ ଥିବା ବେଳେ ୩୮ ଜଣ ରୋଗୀ ସ୍ଥାନୀୟ ସଂକ୍ରମିତ ହୋଇଛନ୍ତି। ସମ୍ବଲପୁରରୁ ୧୪ ଜଣ, ସୁନ୍ଦରଗଡ଼ରୁ ୧୩ ଜଣ, ବାଲେଶ୍ବରରୁ ୧୨ ଜଣ, ଖୋର୍ଦ୍ଧାରୁ ୧୦ ଜଣ, ଭଦ୍ରକରୁ ୯ ଜଣ, ଯାଜପୁରରୁ ୬ ଜଣ, ଗଞ୍ଜାମ, ଝାରସୁଗୁଡା ଓ ପୁରୀ ଜିଲ୍ଲାରୁ ୩ ଜଣ ଲେଖାଏଁ, ଜଗତସିଂହପୁର ଓ ନବରଙ୍ଗପୁର ଜିଲ୍ଲାରୁ ୨ ଜଣ ଲେଖାଏଁ, ଅନୁଗୁଳ,ବଲାଙ୍ଗୀର, ବୌଦ୍ଧ, କଟକ, ଦେବଗଡ଼ ଓ ରାୟଗଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ଏବଂ ଷ୍ଟେଟ୍ ପୋଲ୍ରୁ ୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୩୭ ହଜାର ୬୨୦ ଜଣକୁ ବଢ଼ିଛି। ଏ ନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩ ଲକ୍ଷ ୩୭ ହଜାର ୬୨୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୮୧୨ ଜଣ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩ ଲକ୍ଷ ୩୪ ହଜାର ୬୪୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।