ସପିଂ ମଲ ଓ ଜନଗହଳିପୂର୍ଣ୍ଣ ଅଞ୍ଚଳରେ ଯାଞ୍ଚ କଡ଼ାକଡ଼ି କରାଯିବ : ଡିସିପି

ସପିଂ ମଲ ଓ ଜନଗହଳିପୂର୍ଣ୍ଣ ଅଞ୍ଚଳରେ ଯାଞ୍ଚ କଡ଼ାକଡ଼ି କରାଯିବ : ଡିସିପି

ସପିଂ ମଲ ଓ ଜନଗହଳିପୂର୍ଣ୍ଣ ଅଞ୍ଚଳରେ ଯାଞ୍ଚ କଡ଼ାକଡ଼ି କରାଯିବ : ଡିସିପି
ଭୁବନେଶ୍ୱର: ପୁଣି ଓଡ଼ିଶାକୁ ଘାରିଛି କରୋନା ଭୟ । ଓଡ଼ିଶାରେ କରୋନା ଗ୍ରାଫ ଧୀରେ ଧୀରେ ଉପରମୁହାଁ ହେଉଛି । ଦିନକୁ ଦିନ କରୋନା ଲମ୍ବଡିଆଁ ମାରୁଛି । ଗତ କିଛି ଦିନ ହେଲା ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଛି । ଏନେଇ ସରକାରୀ କଳ ତପôର ହୋଇଉଠିଛନ୍ତି । ତେବେ କୋଭିଡ ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜଧାନୀରେ ମାସ୍କ ଯାଞ୍ଚକୁ କଡ଼ାକଡ଼ି କରିବାକୁ ନିଷ୍ପତ୍ତି ନିଆଯାଇଛି । ନିୟମ ଉଲ୍ଲଂଘନକାରୀଙ୍କ ଠାରୁ ଜୋରିମାନା ବି ଆଦାୟ କରାଯିବ । ସପିଂ ମଲ ଓ ଜନଗହଳିପୂର୍ଣ୍ଣ ଅଞ୍ଚଳରେ ଯାଞ୍ଚ କଡ଼ାକଡ଼ି କରାଯିବ । ଏନେଇ ବିଭିନ୍ନ ଥାନାକୁ ନେଇ ଏନଫୋର୍ସମେଣ୍ଟ ଟିମ ଗଠନ ହୋଇଥିବା ଭୁବନେଶ୍ୱର ଡିସିପି ଉମାଶଙ୍କର ଦାସ ସୂଚନା ଦେଇଛନ୍ତି ।