୩ ଦିନ କାଳବୈଶାଖୀ : ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା

୩ ଦିନ କାଳବୈଶାଖୀ : ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା

୩ ଦିନ କାଳବୈଶାଖୀ : ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା
ଭୁବନେଶ୍ୱର: ଆସନ୍ତା ୩ ଦିନ ପର୍ୟ୍ୟନ୍ତ ଆଭ୍ୟନ୍ତରୀଣ ଓଡ଼ିଶାର କେତେକ ଜାଗାରେ ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ଅଛି । ଯଦିଓ ରାଜ୍ୟର ଅନେକ ଜାଗାରେ ବର୍ଷା ସମ୍ଭାବନା ନାହିଁ, ତେବେ ଖରା ଆଉ ବିଶେଷ ବଢ଼ିବା ସମ୍ଭାବନା କମ୍‌ ରହିଛି । ବୁଧବାର ମୟୂରଭଞ୍ଜର ବାରିପଦା, କରଞ୍ଜିଆ ସମେତ କେତେକ ଜାଗାରେ ବର୍ଷା ହୋଇଛି । କିଛି ଜାଗାରେ ଘଡ଼ଘଡ଼ି ସହ କୁଆପଥର ବୃଷ୍ଟି ହୋଇଛି । ପାଣିପାଗ ବିଭାଗ କହିଛି, ପଶ୍ଚିମା ବାୟୁ ପ୍ରବାହ ଯୋଗୁ ରାଜ୍ୟରେ ଆସନ୍ତା ୩ ଦିନ କେତେକ ଜିଲ୍ଲାରେ ପାଗ ମେଘୁଆ ରହିବା ସହ କାଳବୈଶାଖୀ ବର୍ଷା ହୋଇପାରେ । ଗୁରୁବାର କେନ୍ଦୁଝର, ଅନୁଗୁଳ, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଗଜପତି, ଗଞ୍ଜାମରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ଅଛି । ସ୍ଥାନେ ସ୍ଥାନେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ଶୁକ୍ରବାର ବରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ମୟୂରଭଞ୍ଜ, ସମ୍ବଲପୁର, ଦେବଗଡ଼, ଅନୁଗୁଳରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ଶନିବାର ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱରରେ ହାଲୁକାରୁ ମଧ୍ୟମ ବର୍ଷା ସମ୍ଭାବନା ଅଛି । ରବିବାରଠାରୁ ବର୍ଷା କମିଯିବ ।