ଆସନ୍ତା ୩ ଦିନରେ ଆହୁରି ୩ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ପାଇବ

ଆସନ୍ତା ୩ ଦିନରେ ଆହୁରି ୩ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ପାଇବ

 ଆସନ୍ତା ୩ ଦିନରେ ଆହୁରି ୩ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ପାଇବ
ଭୁବନେଶ୍ୱର: ରାଜ୍ୟରେ ପାରଦ ଏବେ ଉପରମୁହାଁ ହୋଇଛି । ଆସନ୍ତା ୩ ଦିନରେ ଆହୁରି ୩ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ପାଇବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି । ଅର୍ଥାତ ଆସନ୍ତା ୨ ଦିନରେ ରାଜ୍ୟର କିଛି ସ୍ଥାନରେ ପାରଦ ସ୍ତର ୪୪ ଡିଗ୍ରୀ ସ୍ପର୍ଶ କରିବ । ରାଜ୍ୟର ତାପମାତ୍ରା ୨ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇଛି । ୪୨ ଡିଗ୍ରୀ ତାପମାତ୍ରା ସହ ଟିଟିଲାଗଡ ରାଜ୍ୟର ସବୁଠୁ ଉତ୍ତପ୍ତ ସହର ପାଲଟିଛି । ଏହା ପଛକୁ ରହିଛି ସୋନପୁର । ଏଠାରେ ଦିନର ସର୍ବୋଚ୍ଚ ତାପମାତ୍ରା ୪୧.୮ ଡିଗ୍ରୀ ରେକର୍ଡ ହୋଇଛି । ଏହା ସହ ଭବାନୀପାଟଣା, ବୌଦ୍ଧ, ମାଲକାନଗିରି ଦିନ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିଲା । ଆଗକୁ ଏହି ତାପମାତ୍ରା ଆହୁରି ବଢ଼ିବ ବୋଲି ପାଣିପାଗ କେନ୍ଦ୍ର କହିଛି । ଅନ୍ୟପଟେ ଆସନ୍ତା ୨ ଦିନ ରାଜ୍ୟର କିଛି କିଛି ସ୍ଥାନରେ କାଳବୈଶାଖୀ ବର୍ଷା ହେବ । କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ ଓ ଗଞ୍ଜାମର ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବ । ପବନର ବେଗ ଘଣ୍ଟାପ୍ରତି ୩୦ ରୁ ୪୦ କିମି ରହିବ । ସେହିପରି କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ଗଜପତି, ଗଞ୍ଜାମ, କନ୍ଧମାଳ, କଳାହାଣ୍ଡି ଓ ରାୟଗଡ଼ାର କିଛି କିଛି ସ୍ଥାନରେ କାଳବୈଶାଖୀ ବର୍ଷାର ସମ୍ଭାବନା ରହିଛି ।