ପଣ୍ଡିତ ଜବାହରଲାଲ ନେହେରୁଙ୍କ ଶ୍ରାଦ୍ଧ ଦିବସ ପାଳନ କଲେ ପ୍ରଦେଶ କଂଗ୍ରେସ

ପଣ୍ଡିତ ଜବାହରଲାଲ ନେହେରୁଙ୍କ ଶ୍ରାଦ୍ଧ ଦିବସ ପାଳନ କଲେ ପ୍ରଦେଶ କଂଗ୍ରେସ

 ପଣ୍ଡିତ ଜବାହରଲାଲ ନେହେରୁଙ୍କ ଶ୍ରାଦ୍ଧ ଦିବସ ପାଳନ କଲେ ପ୍ରଦେଶ କଂଗ୍ରେସ
ଭୁବନେଶ୍ୱର : ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଆଜି ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହରଲାଲ ନେହେରୁଙ୍କ ଶ୍ରାଦ୍ଧ ଦିବସ କଂଗ୍ରେସ ଭବନ ଭୁବନେଶ୍ୱର ଠାରେ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ କଂଗ୍ରେସ ନେତୃବୃନ୍ଦ ମାଷ୍ଟରକ୍ୟାଂଟିନ ଛକ ସ୍ଥିତ ପଣ୍ଡିତ ନେହେରୁଙ୍କ ପ୍ରତିମୂର୍ତିରେ ମାଲ୍ୟାର୍ପଣ କରିଥିଲେ । ପରେ କଂଗ୍ରେସ ଭବନ ପରିସରରେ ନେହେରୁଙ୍କ ପ୍ରତିମୂର୍ତିରେ ପିସିସି ପକ୍ଷରୁ ମାଲ୍ୟାର୍ପଣ କରାଯାଇଥିଲା । ଏହି ସମସ୍ତ କାର୍ଯ୍ୟକ୍ରମରେ କଂଗ୍ରେସ ନେତୃବୃନ୍ଦ ବିଧାୟକ ସୁରେଶ କୁମାର ରାଉତରାୟ, ବରିଷ୍ଠ କଂଗ୍ରେସ ନେତା ଶିବାନନ୍ଦ ରାୟ, ପିସିସି କାର୍ଯ୍ୟକାରୀ ସଭାପତି ପ୍ରଦୀପ ମାଝୀ, ବିଶ୍ୱଜିତ ଦାଶ, ମନୋରଞ୍ଜନ ଦାଶ, ଲିଙ୍ଗରାଜ ସାହୁ, ଜ୍ୟୋତିଷ ସାହୁ, ଜୟକୃଷ୍ଣ ମଲ୍ଲିଆ, ସଂକୁନା କହଁର, ଏମଡି ସାହାଦୁଲ୍ଲା, ଚିନ୍ମୟ ସୁନ୍ଦର ଦାସ, ପ୍ରକାଶ ମିଶ୍ର ପ୍ରମୁଖ ଅଂଶଗ୍ରହଣ କରିଥିଲେ ।