ରାଜ୍ୟର ଅଧିକାଂଶ ସ୍ଥାନରେ ଘନ କୁହୁଡ଼ି ହେବ

ରାଜ୍ୟର ଅଧିକାଂଶ ସ୍ଥାନରେ ଘନ କୁହୁଡ଼ି ହେବ

ଭୁବନେଶ୍ୱର: ଆସନ୍ତାକାଲି ଅର୍ଥାତ ରବିବାର ଓ ସୋମବାର ରାଜ୍ୟର ଅଧିକାଂଶ ସ୍ଥାନରେ ଘନ କୁହୁଡ଼ି ହେବ । ଏନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଦିଆଯାଇଛି । ଏପରିକି ୬ଟି ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ମଧ୍ୟ ଜାରି କରାଯାଇଛି । ଆସନ୍ତାକାଲି ପାଇଁ ଅନୁଗୁଳ, କଟକ, ଜଗତସିଂହପୁର, ଭଦ୍ରକ ଓ କନ୍ଧମାଳ ପାଇଁ ସତର୍କ ସୂଚନା ଜାରି କରାଯାଇଛି । ସେହିପରି ୪ ସୋମବାର ପାଇଁ ଭଦ୍ରକ, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର ଓ କନ୍ଧମାଳ ପାଇଁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ଅନ୍ୟପକ୍ଷରେ ରାଜ୍ୟରେ ଏବେ ଶୀତପ୍ରବାହ ଜାରି ରହିଛି । ୪ ତାରିଖ ପର୍ଯ୍ୟନ୍ତ ଏଥିରେ କୌଣସି ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ । ତେବେ ୫ ତାରିଖ ମଙ୍ଗଳବାର ଠାରୁ ତାପମାତ୍ରା ବୃଦ୍ଧି ପାଇବ ଓ ଶୀତ ଧୀରେ ଧୀରେ କମିବ । ରାଜ୍ୟର ତାପମାତ୍ରା ୩ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ଘଟିବ । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏପରି ସୂଚନା ଦିଆଯାଇଛି । କେନ୍ଦ୍ରର ସୂଚନା ଅନୁସାରେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ସର୍ବନିମ୍ନ ତାପମାତ୍ରା ସ୍ୱାଭାବିକ ରହିବ । ଫଳରେ ଏହିଭଳି ଶୀତ ଜାରି ରହିବ । ଏହି ସମୟରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖିବାକୁ ମିଳିବ । ଗତ ୨୪ ଘଣ୍ଟାରେରାଜ୍ୟର ସମସ୍ତ ଜିଲ୍ଲାରେ ପାଗ ଶୁଖିଲା ରହିଛି । ଅନୁଗୁଳ, ଝାରସୁଗୁଡ଼ା, କୋରାପୁଟ, ମାଲକାନଗିିରି, ନୟାଗଡ଼ ଓ ବୌଦ୍ଧ ଆଦି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ହେବାର ସମ୍ଭାବନା ରହିଛି ।