୮୪ଟି ଆମ୍ବୁଲାନ୍ସ ସେବାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

୮୪ଟି ଆମ୍ବୁଲାନ୍ସ ସେବାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

 ୮୪ଟି ଆମ୍ବୁଲାନ୍ସ ସେବାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ରାଜ୍ୟରେ ସ୍ୱାସ୍ଥ୍ୟ ସେବାର ଉନ୍ନତି ପାଇଁ ସରକାର ବିଭିନ୍ନ ପଦକ୍ଷେପ ଗ୍ରହଣ କରୁଛନ୍ତି । ଏହି ପରିପ୍ରେକ୍ଷୀରେ ନୂଆ ବର୍ଷରେ ରାଜ୍ୟର ୨୭ଟି ଜିଲ୍ଲା ପାଇଁ ୮୪ଟି ୧୦୮ ଆମ୍ବୁଲାନ୍ସ ଲୋକାର୍ପିତ ହୋଇଯାଇଛି । ଭିଡିଓ କନଫରେନ୍ସିଂ ଜରିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଆମ୍ବୁଲାନ୍ସକୁ ଲୋକାର୍ପଣ କରିଛନ୍ତି । ତନ୍ମଧ୍ୟରୁ ବାଲେଶ୍ୱର ଜିଲ୍ଲାକୁ ସର୍ବାଧିକ ୧୧ଟି ଆମ୍ବୁଲାନ୍ସ ଯିବ ବୋଲି ଜଣାଯାଇଛି ।