ମାନହାନୀ ମାମଲାରେ ରାହୁଲଙ୍କୁ ଝଟକା

ମାନହାନୀ ମାମଲାରେ ରାହୁଲଙ୍କୁ ଝଟକା

ନୂଆଦିଲ୍ଲୀ: ମାନହାନୀ ମାମଲାରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ବଡ ଝଟକା । ସୁରଟ ସେସନ୍ସ କୋର୍ଟରୁ ରାହୁଲଙ୍କୁ ମିିଳିଲାନି ଆଶ୍ୱସ୍ତି । ମାନହାନି ମାମଲାରେ ରାହୁଲ କରିଥିବା ଆବେଦନକୁ ଖାରଜ କଲେ ସୁରଟ ସେସନ୍ସ କୋର୍ଟ । ମୋଦୀ ସାଙ୍ଗିଆ ବାବଦରେ ରାହୁଲ ଦେଇଥିବା ବୟାନକୁ ନେଇ ତଳ କୋର୍ଟ ରାହୁଲଙ୍କୁ ୨ ବର୍ଷ ଦଣ୍ଡାଦେଶ ଦେଇଥିଲେ । ଯାହାଫଳରେ ରାହୁଲଙ୍କ ସାଂସଦ ପଦ ରଦ୍ଦ ହୋଇଥିଲା । ତେଣୁ ରାହୁଲ ତଳ କୋର୍ଟ ଦେଇଥିବା ରାୟ ଉପରେ ରୋକ ଲଗାଇବାକୁ ସୁରଟ ସେସନ୍ସ କୋର୍ଟରେ ଆବେଦନ କରିଥିଲେ ।ଯାହାକୁ ଖାରଜ କରିଛନ୍ତି କୋର୍ଟ । ତେବେ ଏହି ମାମଲାରେ କଂଗ୍ରେସ ହାଇକୋର୍ଟରେ ଆବେଦନ କରିବ ବୋଲି ଜଣାପଡିଛି ।

ସୂଚନାଯୋଗ୍ୟ, ୨୦୧୯ ଏପ୍ରିଲରେ କର୍ଣ୍ଣାଟକରେ ମୋଦି ସରନେମକୁ ନେଇ ବିବାଦୀୟ ବୟାନ ପରେ ରାହୁଲଙ୍କ ବିରୋଧରେ ଦାୟର ହୋଇଥିଲା ମାନହାନି ମାମଲା । ସୁରଟର ସିଜେଏମ କୋର୍ଟ ରାହୁଲଙ୍କୁ ୨ ବର୍ଷ ଜେଲ୍ ଦଣ୍ଡ ଶୁଣାଇଥିଲେ । ପରେ ରାହୁଲଙ୍କ ସାଂସଦ ସଦସ୍ୟତା ରଦ୍ଦ କରିଥିଲେ ଲୋକସଭା ବାଚସ୍ପତି ।ସିଜେଏମ କୋର୍ଟଙ୍କ ରାୟକୁ ସୁରଟର ସେସନ୍ସ କୋର୍ଟରେ ଚ୍ୟାଲେଞ୍ଜ କରିଥିଲେ ରାହୁଲ ଗାନ୍ଧୀ । ରାୟ ଉପରେ ରୋକ ଲଗାଇବାକୁ ଆବେଦନ କରିଥିଲେ ରାହୁଲ । ଉଭୟ ପକ୍ଷକୁ ଶୁଣିବା ପରେ କୋର୍ଟ ଆଜି ରାୟ ପ୍ରକାଶ କରିବାକୁ ଧାର୍ୟ୍ୟ କରିଥିଲେ ।