ଆଜି ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି

ଆଜି ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି

ଆଜି ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି
ଭୁବନେଶ୍ୱର : ରାଷ୍ଟ୍ରପତି ରାମନାଥ କୋବିନ୍ଦ ଆଜି ଓଡ଼ିଶା ଆସୁଛନ୍ତି। ଦିଲ୍ଲୀରୁ ସ୍ବତନ୍ତ୍ର ବିମାନ ଯୋଗେ ଆସି କେତେକ କାର୍ଯ୍ୟକ୍ରମରେ ଯୋଗଦେବା କାର୍ଯ୍ୟକ୍ରମ ରହିଛି। ତେବେ ପୂର୍ବ ନିର୍ଦ୍ଧାରିତ ଗସ୍ତ କାର୍ଯ୍ୟସୂଚୀରେ ସାମାନ୍ୟ ପରିବର୍ତ୍ତନ କରାଯାଇଛି। ରାଷ୍ଟ୍ରପତି ସନ୍ଧ୍ୟା ୬ଟା ୩୦ ପରିବର୍ତ୍ତେ ଅପରାହ୍ନ ୨ଟା ୩୦ରେ ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ପହଂଚିବେ । ସେଠାରୁ ସେ ସିଧାସଳଖ ଗୋପାଳପୁର ଯିବେ। ବ୍ରହ୍ମପୁର ଗୋଳାବନ୍ଧ ଆର୍ମି ଏୟାର୍ ଡିଫେନ୍ସ କଲେଜରେ ରାଷ୍ଟ୍ରପତି ରାତ୍ରିଯାପନ କରିବେ। ଶନିବାର ଗୋଳାବନ୍ଧ ଆର୍ମି ଏୟାର୍ ଡିଫେନ୍ସ କଲେଜ ଦୀକ୍ଷାନ୍ତ କାର୍ଯ୍ୟକ୍ରମରେ ଯୋଗଦେବେ।