ଆଜି ହେଉଛି ପବିତ୍ର ଗୁରୁ ଦିବସ
ଆଜି ହେଉଛି ପବିତ୍ର ଗୁରୁ ଦିବସ
admin
Sep 5, 2019 - 05:39
Updated: Sep 5, 2019 - 05:39
ଭୁବନେଶ୍ବର: ଆଜି ହେଉଛି ପବିତ୍ର ଗୁରୁ ଦିବସ। ସାରା ଦେଶ ଆଜି ସେପ୍ଟମ୍ବର ୫କୁ ଗୁରୁଦିବସ ରୂପେ ପାଳନ କରୁଛି। ସିଏ ହିଁ ଗୁରୁ, ଯିଏ ଆମକୁ ଅଜ୍ଞାନ ରୂପକ ଅନ୍ଧକାରରୁ ବାଟ କଢ଼େଇ ଜ୍ଞାନ ରୂପକ ଆଲୋକର ରାସ୍ତା ଦେଖାନ୍ତି। ଯାହାଙ୍କ ପ୍ରଦତ୍ତ ଜ୍ଞାନରେ ଆମେ ଜୀବନର ପ୍ରକୃତ ଉଦ୍ଦେଶ୍ୟ ବୁଝିପାରୁ, ସେ ହିଁ ଗୁରୁ। ଆଜିର ଦିନ ଅର୍ଥାତ୍ ‘ଗୁରୁ ଦିବସ’ ସେହି ପ୍ରାତଃସ୍ମରଣୀୟ ଜ୍ଞାନଦାତାଙ୍କ ପାଇଁ ଉଦ୍ଦିଷ୍ଟ।
ମହାନ୍ ଦାର୍ଶନିକ, ଶିକ୍ଷାବିତ୍ ତଥା ଭୂତପୂର୍ବ ରାଷ୍ଟ୍ରପତି, ପ୍ରଫେସର୍ ଡକ୍ଟର ସର୍ବପଲ୍ଲୀ ରାଧାକ୍ରିଷ୍ଣନ୍ଙ୍କ ଜନ୍ମତିଥିକୁ ଗୁରୁଦିବସ ବୋଲି ପାଳନ କରାଯାଏ। ଶିକ୍ଷାଦାନ ବୃତ୍ତିରୁ ଭାରତର ପ୍ରଥମ ନାଗରିକ ତଥା ରାଷ୍ଟ୍ରପତି ହୋଇ ପରେ ‘ଭାରତ ରତ୍ନ’ ପାଇଥିବା ଏହି ବିଶିଷ୍ଟ ବ୍ୟକ୍ତିତ୍ୱଙ୍କର ଭାରତୀୟ ଶିକ୍ଷା କ୍ଷେତ୍ରକୁ ସ୍ମରଣୀୟ ଅବଦାନ ରହିଛି। ସ୍ୱାଧୀନ ଭାରତର ପ୍ରଥମ ଉପରାଷ୍ଟ୍ରପତି ହେବା ପରେ ଡକ୍ଟର୍ ରାଧାକ୍ରିଷ୍ଣନ୍ ୧୯୬୨ ମସିହା ମେ ୧୪ ତାରିଖରେ ଦେଶର ଦ୍ୱିତୀୟ ରାଷ୍ଟ୍ରପତି ଭାବେ ଦାୟିତ୍ୱ ଭାର ଗ୍ରହଣ କରିଥିଲେ ଏବଂ ସଂପୂର୍ଣ୍ଣ ୫ ବର୍ଷ ଯାଏ ଏହି ଦାୟିତ୍ୱରେ ରହିଥିଲେ।