ଆଜିର ରାଶିଫଳ ୮ ଡିସେମ୍ବର ୨୦୧୯(ରବିବାର)
ଆଜିର ରାଶିଫଳ ୮ ଡିସେମ୍ବର ୨୦୧୯(ରବିବାର)
admin
Dec 7, 2019 - 23:37
Updated: Dec 7, 2019 - 23:37
ମେଷ: ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଐଶ୍ୱର୍ୟ୍ୟଯୁକ୍ତ ହେବେ। ଯୁଦ୍ଧ ବା ମୋକଦ୍ଦମାରେ ବିଜୟୀ ହେବା ସହ ଧନଲାଭ ହେବ। ଧନ-ସମ୍ପଦ ବୃଦ୍ଧି ହେବ। ଶ୍ରୀଚନ୍ଦ୍ର ଭୋଗ ହେତୁ ରୋଜଗାର ଊଣା ହେବ ନାହିଁ। ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ।
ବୃଷ: ସାହସୀ ହେବେ। ସାହସୀ ହେବେ। ଗୁପ୍ତ ବିଦ୍ୟାରେ ରୁଚି ରହିବ। ଗୁପ୍ତ ବିଦ୍ୟାରେ ରୁଚି ରହିବ। ରାଜନୀତି ଆଡକୁ ମନ ବଳାଇ ପାରନ୍ତି। କାର୍ୟ୍ୟରେ ବାଧା ଉପୁଜିପାରେ। ଚଞ୍ଚଳ ସ୍ୱଭାବର ହେବେ। ଥଣ୍ଡା-କଫଜନିତ ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ଜ୍ଞାନ ଗରିମାଯୁକ୍ତ ହେବେ।
ମିଥୁନ: ଯଶସ୍ୱୀ ହେବେ। ଲୋକପ୍ରିୟତା ଅର୍ଜନ କରିବେ। ଚଞ୍ଚଳ ପ୍ରକୃତିର ହେବେ। ମଧୁରଭାଷୀ ହୋଇପାରନ୍ତି। ସରକାରୀ ସ୍ତରରେ ସମ୍ମାନିତ ହେବେ। ଉଚ୍ଚଆଶା ଫଳବତୀ ହେବ। ରୋଜଗାର ଅଶାନୁରୂପ ହେବ। ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ।
କର୍କଟ: ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ହେବେ। ବ୍ୟବସାୟରୁ ଲାଭ ମିଳିବ। ଯଶସ୍ୱୀ ହେବେ। ଆକସ୍ମିକ ଭାବେ ଧନ ପ୍ରାପ୍ତିର ସୁଯୋଗ ଅଛି। ପରିଶ୍ରମର ମୂଲ୍ୟାଙ୍କନ ହେବ। ନିଜ ବଂଶର ମୁଖପାତ୍ର ହୋଇପାରନ୍ତି। କୁଳ ଉଜ୍ଜ୍ୱଳକାରୀ ହେବେ।
ସିଂହ: ଭାଗ୍ୟଶାଳୀ ହେବେ। ଦିନଟି ଭୋଗ-ବିଳାସରେ ଅତିବାହିତ କରିପାରନ୍ତି। ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ। ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ୱାନ, ସାହସୀ ଓ ସମ୍ପତ୍ତିବାନ୍ ହେବେ। କର୍ମକ୍ଷେତ୍ରରେ ସଫଳତା ମିଳିବ। ବ୍ୟବସାୟ ଲାଭଜନକ ହେବ।
କନ୍ୟା: ସ୍ୱାଭିମାନୀ ହେବେ। ଭାଗୁଆଳି ବ୍ୟବସାୟ ଲାଭଜନକ ହେବ। ଗୃହ ଉପକରଣ ସଂଗ୍ରହ କରିପାରନ୍ତି। ଈର୍ଷା ପରାୟଣ ହୋଇପାରନ୍ତି। ଅଷ୍ଟମ ଚନ୍ଦ୍ର ଭୋଗ ହେଉଥିବାରୁ ସତର୍କରେ ଚଳିବାକୁ ପଡ଼ିବ। ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି।
ତୁଳା: ବ୍ୟବସାୟ ଲାଭଜନକ ହେବ। ସମାଜ ସେବାରେ ମନ, ପ୍ରାଣ ଢ଼ାଳି ଦେଇପାରନ୍ତି। ଶାନ୍ତ ଓ ଧୈର୍ୟ୍ୟବାନ୍ ହେବେ। ପତ୍ନୀଙ୍କ ସହାୟତା ଓ ପରାମର୍ଶରେ ଆଗକୁ ବଢ଼ିବେ। କାର୍ୟ୍ୟକ୍ଷେତ୍ରରେ ଢ଼େର ଉନ୍ନତି ଘଟିବ। ସୁଖ-ଦୁଃଖରେ ବନ୍ଧୁ ସହାୟତା ପାଇବେ।
ବିଛା: ସୁସ୍ଥ ଓ ନିରାମୟ ରହିବେ। ବଳବାନ୍ ହେବେ। ଶତ୍ରୁହନ୍ତା ହୋଇପାରନ୍ତି। ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ଶ୍ରଦ୍ଧାଭାଜନ ହେବେ। ଅଯଥା ଖର୍ଚ୍ଚାନ୍ତ ହୋଇପାରନ୍ତି। ଚକ୍ଷୁରେ ସାମାନ୍ୟ ଯନ୍ତ୍ରଣା ଉପୁଜିପାରେ। ଭାଇମାନଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ରହିବ।
ଧନୁ: ଆକସ୍ମିକ ଧନଲାଭର ସୂଚନା ମିଳୁଛି। ବ୍ୟବସାୟରେ ପ୍ରଚୁର ଧନଲାଭ ହେବ। ଉତ୍ତମ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ। ନୂତନ ଜମି କ୍ରୟ କରିବାର ସୁଯୋଗ ଅଛି। ବେଳେ ବେଳେ ଉଦାସ ମନୋଭାବ ପୋଷଣ କରିପାରନ୍ତି। ଚଞ୍ଚଳ ପ୍ରକୃତିର ହେବେ।
ମକର: ଦାନ-ଧର୍ମରେ ଦୀକ୍ଷିତ ହେବେ। ଶୋଭନ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ। ସ୍ୱାସ୍ଥ୍ୟ ଅତୁଟ ରହିବ। କୃଷିକର୍ମକାରୀ ହେବେ। ଯେକୌଣସି ପରୀକ୍ଷାର ସମ୍ମୁଖୀନ ହେଲେ ବି; ସେଥିରେ ସଫଳତା ଲାଭ କରିବେ। ଉଦାର ପ୍ରକୃତିର ହୋଇପାରନ୍ତି।
କୁମ୍ଭ: ମଧୁରଭାଷା ବ୍ୟବହାର କରି ଅନୁସରଣକାରୀଙ୍କୁ ଉତ୍ସାହିତ କରିବେ। ପ୍ରେମୀ ଓ ସାହସୀ ହେବେ। ସାନ ଭାଇଙ୍କଠାରୁ ଆଦର ମିଳିବ। ସାମୁହିକ କାର୍ୟ୍ୟରେ ଆଗେଇବେ। ସମ୍ମାନିତ ହେବେ। ମନ ପ୍ରସନ୍ନ ରହିବ। ଆସ୍ତିକ ମନୋବୃତ୍ତିର ହୋଇପାରନ୍ତି।
ମୀନ: ଭାଗ୍ୟଶାଳୀ ହେବେ। ମିତ୍ର ସୁଖ ଲାଭ କରିପାରନ୍ତି। ବ୍ୟବସାୟରୁ ଅଧିକ ଧନଲାଭ ହେବ। ସୁଖୀ ହେବେ। ପରଦେଶବାସୀ, ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହୋଇପାରନ୍ତି। ଏକ ପତ୍ନୀ ବ୍ରତଧାରୀ ହେବେ।