ଏମାର ମଠ ପଛରୁ ମିଳିଲା ରୁପା ଇଟା

ଏମାର ମଠ ପଛରୁ ମିଳିଲା ରୁପା ଇଟା

ଏମାର ମଠ ପଛରୁ ମିଳିଲା ରୁପା ଇଟା
ଭୁବନେଶ୍ୱର:ଏମାର ମଠ ପଛରୁ ରୁପା ଇଟା ମିଳିଥିବା ବିଶ୍ୱସ୍ତ ସୂତ୍ରରୁ ସୂଚନା ମିଳିଛି । ମଠର ମୁଖ୍ୟ ଗାଦି ପଛପଟେ ଖୋଳା ଚାଲିଥିବା ବେଳେ ମିଳିଲା । ଏକାଧିକ ରୁପା ଇଟା ମିଳିଥିବା ବିଶେଷ ସୂତ୍ରରୁ ସୂଚନା ମିଳିଛିପୁରୀ ଏମାର ମଠର ଚାଲିଛି ସମ୍ପତି ଆକଳନ । ମଠର ୪ ନଂ କଠୋରୀରୁ ରୁପା ଇଟା ମିଳିଛି । ୮ ଖଣ୍ଡ ରୁପା ଇଟା ମିଳିଥିବା ବିଶ୍ୱସ୍ତ ସୂତ୍ରରୁ ସୂଚନା ମିଳିଛି । କାଲି ଜୋର ଜବରଦସ୍ତ ନୂଆ ମହନ୍ତଙ୍କୁ ଅବସ୍ଥାପିତ କରିଥିଲା ପ୍ରଶାସନ । ୨୦୧୧ରେ ଏମାର ମଠରୁ ୫୨୨ ଖଣ୍ଡ ରୁପା ଇଟା ମିଳିଥିଲା । ପ୍ରକାଶ ଯେ, କାଲି ପୁରୀ ଏମାର ମଠର ନୂଆ ଟ୍ରଷ୍ଟି କାର୍ୟ୍ୟଭାର ଗ୍ରହଣ କରିଥିଲେ । ମଠର ପରିଚାଳନା ଦାୟିତ୍ୱ ଟ୍ରଷ୍ଟ ହାତକୁ ଯିବା ପରେ ମଧ୍ୟ ମଠର ମହନ୍ତ ମହାରାଜ ଏଥିରେ ସହ ଯୋଗ କରୁନଥିଲେ । ଏହି ପ୍ରସଙ୍ଗକୁ ନେଇ ମଠର ନୂଆ ଟ୍ରଷ୍ଟ ବୋର୍ଡ ପ୍ରଶାସନର ଦ୍ୱାରସ୍ଥ ହୋଇଥିଲେ । ଏହା ପରେ ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ଏମାର ମଠର ଟ୍ରଷ୍ଟର ନୂଆ ସଦସ୍ୟମାନେ ଏମାର ମଠରେ ପ୍ରବେଶ କରିଥିଲେ । ଏମାର ମଠର ନୂଆ ଟ୍ରଷ୍ଟ ବୋର୍ଡ ଅନୁସାରେ ଝଞ୍ଜାପିଟା ମଠର ମହନ୍ତ ବାବା ସଚ୍ଚିଦାନନ୍ଦ ମହାରାଜଙ୍କୁ ମଠର ଦାୟିତ୍ୱ ଦିଆଯାଇଛି । ଏହି ସମୟରେ ମଠରୁ କିଛି ଅଳଙ୍କାର ଠାବ ହୋଇଥିଲା । ମଠ ଭିତରେ ପୂଜା ପାଉଥିବା ରାମାନୂଜଙ୍କ ମୂର୍ତି ଓ ମୂର୍ତିରେ ଲାଗୁଥିବା ଅଳଙ୍କାର ଓ ଝୁଲଣ ବେଶରେ ଲାଗୁଥିବା ସମସ୍ତ ଅଳଙ୍କାରର ତାଲିକା ପ୍ରସ୍ତୁତ କରାଯିବ ବୋଲି କହିଥିଲା ପ୍ରଶାସନ ।