ଏହି ୧୨ଟି ପ୍ରସ୍ତାବରେ ଲାଗିଲା କ୍ୟାବିନେଟ୍ ମୋହର
ଏହି ୧୨ଟି ପ୍ରସ୍ତାବରେ ଲାଗିଲା କ୍ୟାବିନେଟ୍ ମୋହର
ଭୁବନେଶ୍ୱର: ୧୨ଟି ପ୍ରସ୍ତାବରେ ଲାଗିଲା କ୍ୟାବିନେଟ୍ ମୋହର । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟ ବୈଠକରେ ୧୨ଟି ପ୍ରସ୍ତାବରେ ମୋହର ବାଜିଛି ।
ବଢ଼ିଲା ଅନୁଦାନପ୍ରାପ୍ତ ବେସରକାରୀ କଲେଜ କର୍ମଚାରୀଙ୍କ ଗ୍ରାଣ୍ଟ-ଇନ୍ ଏଡ୍ । ପିଛିଲା ଭାବେ ୨୦୨୨ ଜାନୁଆରୀ ୧ ତାରିଖରୁ ଲାଗୁହେବ ।
ସେହିପରି BSSCCRIର କର୍କଟ ରୋଗୀଙ୍କ ଆବାସ ପାଇଁ ୨ ଏକର ମାଗଣା ଜମି ପ୍ରଦାନ ।
ଗ୍ରାମୀଣ ପାଇପ ଜଳ ଯୋଗାଣରେ ୨ଟି ପ୍ରକଳ୍ପକୁ ଅନୁମୋଦନ । ଯାଜପୁରର ବରୀ ଓ କୋରେଇ ବ୍ଲକରେ ନିର୍ମାଣ ହେବ ଏହି ପ୍ରକଳ୍ପ । ବରୀ ଓ କୋରେଇ ବ୍ଲକରେ ନିର୍ମାଣ ହେବାକୁ ଥିବା ଏହି ପ୍ରକଳ୍ପ କାର୍ୟ୍ୟ ୫ ବର୍ଷରେ ଶେଷ ହେବ ।
ନୟାଗଡ଼ର ଦଶପଲା, ଗଣିଆ ଓ ନୂଆଗାଁରେ ହେବ ୩ଟି ପାନୀୟଜଳ ପ୍ରକଳ୍ପ ହେବ ।
ମାଲକାନଗିରିର ୪ଟି ପାନୀୟ ଜଳ ପ୍ରକଳ୍ପକୁ କ୍ୟାବିନେଟ ମଞ୍ଜୁରୀ । ଖଇରିପୁଟ, ମାଲକାନଗିରି, ମାଥିଲି ଓ କାଲିମେଳାରେ ଏହି ପ୍ରକଳ୍ପ ହେବ ।
ସେହିପରିOBC କମିଶନ ଆଇନରେ ହେବ ସଂଶୋଧନ ।
ଜଳେଶ୍ୱର ଗୋବରୀ ଘାଟର ସୁବର୍ଣ୍ଣରେଖା ନଦୀରେ ହେବ ବ୍ରିଜ୍ । ବ୍ରିଜ୍ ପାଇଁ ଆହ୍ୱାନ କରାଯାଇଥିବା ଟେଣ୍ଡରକୁ ଅନୁମୋଦନ ମିଳିଛି ।
ଓଡ଼ିଶା ଗ୍ରୁପ-ବି କର୍ମଚାରୀ ନିଯୁକ୍ତି ଓ ସେବାସର୍ତ୍ତରେ ସଂଶୋଧନ ।
GST, ବାଣିଜ୍ୟ କର ଡାଟାଏଣ୍ଟ୍ରି ଅପରେଟର ନିଯୁକ୍ତି ଅଧିନିୟମ ସଂଶୋଧନ ହୋଇଛି ।
ଓଡ଼ିଶା ଖାଦ୍ୟ ପରୀକ୍ଷାଗାର କର୍ମଚାରୀ ନିଯୁକ୍ତି ଅଧିନିୟମରେ ମଧ୍ୟ ସଂଶୋଧନ କରାଯାଇଛି ।
OSJS ଓ OJS ସେବା ଅଧିନିୟମରେ କ୍ୟ୍ୟାବିନେଟରେ ସଂଶୋଧନ ହୋଇଛି ।
ଖଣି, ଭୂତତ୍ତ୍ୱ ସେବା ନିର୍ଦ୍ଦେଶାଳୟର ୫ଟି କ୍ୟାଡର ନିଯୁକ୍ତିରେ ସଂଶୋଧନ ହୋଇଛି ।




admin 