କମିଲା କରୋନା ମୃତ୍ୟୁ ସଂଖ୍ୟା, ୨୪ ଘଣ୍ଟାରେ ୬ ଜଣ

କମିଲା କରୋନା ମୃତ୍ୟୁ ସଂଖ୍ୟା, ୨୪ ଘଣ୍ଟାରେ ୬ ଜଣ

କମିଲା କରୋନା ମୃତ୍ୟୁ ସଂଖ୍ୟା, ୨୪ ଘଣ୍ଟାରେ ୬ ଜଣ

ଭୁବନେଶ୍ୱର: ଦୀର୍ଘ ଦିନ ପରେ କରୋନା ମୃତ୍ୟୁ ସଂଖ୍ୟାରେ ବ୍ରେକ୍‌ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ମାତ୍ର ୬ ଜଣଙ୍କ ଜୀବନ ନେଇଛି କରୋନା । ଯେଉଁଠି ଦିନକୁ ୬୦ରୁ ୭୦ ଜଣଙ୍କ ମୃତ୍ୟୁ ହେଉଥିଲା , ସେଠାରେ ୬ ଜଣଙ୍କ ମୃତ୍ୟୁ ରାଜ୍ୟ ସରକାରଙ୍କ ପାଇଁ ଆଶ୍ବସ୍ତି ଆଣିଛି।  

ଆଜିର ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୪ଜଣ, କଟକ ଓ ଝାରସୁଗୁଡାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କୁ ମୃତ୍ୟୁ ହୋଇଛି ।

ସ୍ବାସ୍ଥ୍ୟ ବିଭାଗ ରିପୋର୍ଟ ଅନୁସାରେ ରାଜ୍ୟରେ ମୋଟ କୋରୋନାଜନିତ ମୃତକଙ୍କ ସଂଖ୍ୟା ୮୦୨୮କୁ ବୃଦ୍ଧି ହୋଇଛି । ୨୪ ଘଣ୍ଟାରେ ୭୫୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ୧୮ ବର୍ଷରୁ କମ୍ ବର୍ଗର ୧୦୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୯ ହଜାର ୨୨୩କୁ ବୃଦ୍ଧି ପାଇଛି ।