କରୋନା ଦ୍ୱିତୀୟ ଢେଉ : ଆଜି ରାଜ୍ୟରୁ ୨ ଜଣଙ୍କ ମୁଣ୍ଡ ନେଲା କରୋନା

କରୋନା ଦ୍ୱିତୀୟ ଢେଉ : ଆଜି ରାଜ୍ୟରୁ ୨ ଜଣଙ୍କ ମୁଣ୍ଡ ନେଲା କରୋନା

କରୋନା ଦ୍ୱିତୀୟ ଢେଉ : ଆଜି ରାଜ୍ୟରୁ ୨ ଜଣଙ୍କ ମୁଣ୍ଡ ନେଲା କରୋନା
ଭୁବନେଶ୍ୱର:ରାଜ୍ୟରେ ଭୟଙ୍କର ହେଉଛି କରୋନା ସ୍ଥିତି । ବଢୁଛି କରୋନାର କାୟା । ସ୍ଥିତି ହେଉଛି ବେକାବୁ । ଓଡ଼ିଶାରେ କରୋନା ମହାମାରୀର ମହାସମର ଆରମ୍ଭ ହୋଇଯାଇଛି । କରୋନା ଏବେ ଲମ୍ବ ଡିଆଁ ମାରି ଗୋଟିକ ପରେ ଗୋଟିଏ ଜିଲ୍ଲାରେ ପ୍ରବେଶ କରିଛି । ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢି ଚାଲିଛି । ଏହାରି ଭିତରେ ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୩୦ଟି ଜିଲ୍ଲାରୁ ୩୬୬୪ ଣ ନୂଆ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୨ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୯୪୪ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ବରଗଡ଼ ଓ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩ ଲକ୍ଷ ୬୮ ହଜାର ୨୫୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୨୧ ହଜାର ୪୩୬ ଜଣ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩ ଲକ୍ଷ ୪୪ ହଜାର ୮୨୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୧୯୪୪ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି।