କରୋନା ଦ୍ୱିତୀୟ ଢେଉ : ରାଜ୍ୟରେ ଆଜି ପୁଣି ୧୦୩୨ ଜଣ ପଜିଟିଭ ଚିହ୍ନଟ

କରୋନା ଦ୍ୱିତୀୟ ଢେଉ : ରାଜ୍ୟରେ ଆଜି ପୁଣି ୧୦୩୨ ଜଣ ପଜିଟିଭ ଚିହ୍ନଟ

କରୋନା ଦ୍ୱିତୀୟ ଢେଉ : ରାଜ୍ୟରେ ଆଜି ପୁଣି ୧୦୩୨ ଜଣ ପଜିଟିଭ ଚିହ୍ନଟ

ଭୁବନେଶ୍ୱର :  ବିଏମସି ପକ୍ଷରୁ ରାଜଧାନୀ ଭୁବନେଶ୍ୱରର ସମସ୍ତ ସରକାରୀ ଓ ବେସରକାରୀ ଅଫିସକୁ ତାଗିଦ୍ କରାଯାଇଛି । ପୂର୍ବରୁ କିଛିଦିନ ଧରି ରାଜ୍ୟରେ ସଂକ୍ରମଣ ୨ ହଜାର ଉପରକୁ ଉଠିବା ପରେ ତଳକୁ ଖସିଥିଲା । ଗତ ୧୨ ଦିନ ହେଲା ସଂକ୍ରମଣ ୨ ହଜାର ତଳେ ରହୁଥିବା ଦେଖାଯାଉଛି । ପଶ୍ଚିମ ଓଡ଼ିଶା ତୁଳନାରେ ଉପକୂଳ ଅଞ୍ଚଳରେ ସଂକ୍ରମଣ ହ୍ରାସ ପାଇଁ ଅଧିକ ସମୟ ଲାଗୁଥିବା ଦେଖାଯାଉଛି । ଏହା ମଧ୍ୟରେ ଆଜି ୧୦୩୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୫୯୮ ଓ ସ୍ଥାନୀୟ ଅଞ୍ଚଳରୁ ୪୩୪ ଜଣ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୭୯ ହଜାର ୭୩୭ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୯ ଲକ୍ଷ ୫୮ ହଜାର ୬୦୧ ରହିଥିବା ବେଳେ ୧୫ ହଜାର ୫୦ ଜଣ ଚିକିତ୍ସିତ ହେଉଛନ୍ତି ।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୪୮ ଜଣ, ବାଲେଶ୍ୱରରୁ ୩୬ ଜଣ, ବରଗଡ଼ରୁ ୮ ଜଣ, ଭଦ୍ରକରୁ ୪୭ ଜଣ, ବଲାଙ୍ଗୀରରୁ ୪ ଜଣ, ବୌଦ୍ଧରୁ ୨, କଟକରୁ ୧୫୪ ଜଣ, ଦେବଗଡ଼ରୁ  ୮ ଜଣ, ଢେଙ୍କାନାଳରୁ ୨୫ ଜଣ, ଗଜପତିରୁ ୬ ଜଣ, ଗଞ୍ଜାମରୁ ୮ ଜଣ, ଜଗତସିଂହପୁରରୁ ୮୨ ଜଣ, ଯାଜପୁରରୁ ୪୩ ଜଣ, ଝାରସୁଗୁଡ଼ାରୁ ୩ ଜଣ, କଳାହାଣ୍ଡିରୁ ୬ ଜଣ, କନ୍ଧମାଳରୁ ୧୦ ଜଣ, କେନ୍ଦ୍ରାପଡ଼ାରୁ ୧୮ ଜଣ, କେଉଁଝରରୁ ୨୩ ଜଣ, ଖୋର୍ଦ୍ଧାରୁ ୨୩୭ ଜଣ, କୋରାପୁଟରୁ ୯ ଜଣ, ମାଲକାନଗିରିରୁ ୬ ଜଣ, ମୟୁରଭଞ୍ଜରୁ ୨୦ ଜଣ, ନବରଙ୍ଗପୁରରୁ ୬ ଜଣ, ନୟାଗଡ଼ରୁ ୩୦ ଜଣ, ନୂଆପଡ଼ାରୁ ୧, ପୁରୀରୁ ୮୨ ଜଣ, ରାୟଗଡ଼ାରୁ ୮ ଜଣ, ସମ୍ୱଲପୁରରୁ ୧୯ ଜଣ, ସୋନପୁରରୁ ୧୦, ସୁନ୍ଦରଗଡ଼ରୁ ୨୩ ଓ ଷ୍ଟେଟ ପୁଲରୁ ୫୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।