କରୋନା ଦ୍ୱିତୀୟ ଢେଉ : ରାଜ୍ୟରେ ଆଜି ପୁଣି ୨୦୭୪ ଜଣ ପଜିଟିଭ ଚିହ୍ନଟ

କରୋନା ଦ୍ୱିତୀୟ ଢେଉ : ରାଜ୍ୟରେ ଆଜି ପୁଣି ୨୦୭୪ ଜଣ ପଜିଟିଭ ଚିହ୍ନଟ

କରୋନା ଦ୍ୱିତୀୟ ଢେଉ : ରାଜ୍ୟରେ ଆଜି ପୁଣି ୨୦୭୪ ଜଣ ପଜିଟିଭ ଚିହ୍ନଟ

ଭୁବନେଶ୍ୱର : ଗତ ୩ ମାସର ବ୍ୟବଧାନ ପରେ ପ୍ରଥମ ଥର ପାଇଁ ଗତକାଲି ୨ ହଜାର ତଳକୁ ଦୈନିକ ସଂକ୍ରମଣ ଖସିଥିବା ବେଳେ ଆଜି ୨ ଉପରକୁ ବୃଦ୍ଧି ପାଇଛି । ଗତ ଏପ୍ରିଲ ୧୨ ତାରିଖରେ ଶେଷଥର ପାଇଁ ରାଜ୍ୟରେ ସଂକ୍ରମଣ ୨ ହଜାର ତଳେ ରହିଥିଲା । ଗତ ମାସ ୧୪ ତାରିଖରୁ ଦୈନିକ ସଂକ୍ରମଣ ୩ ହଜାର ତଳକୁ ଖସିଥିବା ବେଳେ ୨ ହଜାର ତଳକୁ ଖସିବା ପାଇଁ ୨୮ ଦିନ ଲାଗିଛି । ପଶ୍ଚିମ ଓଡ଼ିଶା ତୁଳନାରେ ଉପକୂଳ ଅଞ୍ଚଳରେ ସଂକ୍ରମଣ ହ୍ରାସ ପାଇଁ ଅଧିକ ସମୟ ଲାଗୁଛି । ଏହା ମଧ୍ୟରେ ଆଜି ପୁଣି ୨୦୭୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୧୧୯୨ ଓ ସ୍ଥାନୀୟ ଅଞ୍ଚଳରୁ ୮୮୨ଜଣ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୪୫ ହଜାର ୭୪୯ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୯ ଲକ୍ଷ ୧୮ହଜାର ୪୧ ରହିଥିବା ବେଳେ ୨୨ ହଜାର ୮୬୦ ଜଣ ଚିକିତ୍ସିତ ହେଉଛନ୍ତି । 

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୫୯ କରୋନା ସଂକ୍ରମିତ ଚିହ୍ନଟ ‌ହୋଇଥିବା ବେଳେ ବାଲେଶ୍ବରରୁ ୧୧୫ ଜଣ, ବରଗଡ଼ରୁ ୩୮ ଜଣ, ଭଦ୍ରକରୁ ୧୧୦ ଜଣ, ବଲାଙ୍ଗୀରରୁ ୧୭ ଜଣ, ବୌଦ୍ଧରୁ ୧୨ ଜଣ, କଟକରୁ ୨୮୩ ଜଣ, ଦେବଗଡ଼ରୁ ୩ ଜଣ, ଢେଙ୍କାନାଳରୁ ୬୧ ଜଣ, ଗଜପତିରୁ ୩ ଜଣ, ଗଞ୍ଜାମରୁ ୫ ଜଣ, ଜଗତ୍‌ସିଂହପୁରରୁ ୯୯ ଜଣ, ଯାଜପୁରରୁ ୧୨୦ ଜଣ, ଝାରସୁଗୁଡ଼ାରୁ ୫ ଜଣ, କଳାହାଣ୍ଡିରୁ ୫ ଜଣ, କନ୍ଧମାଳରୁ ୧୯ ଜଣ, କେନ୍ଦ୍ରାପଡ଼ାରୁ ୫୮ ଜଣ, କେନ୍ଦୁଝରରୁ ୪୬ ଜଣ, ଖୋର୍ଦ୍ଧାରୁ ୪୪୩ ଜଣ, କୋରାପୁଟରୁ ୧୦ ଜଣ, ମାଲକାନଗିରିରୁ ୪୭ ଜଣ, ମୟୂରଭଞ୍ଜରୁ ୧୧୫ ଜଣ, ନବରଙ୍ଗପୁରରୁ ୧୦ ଜଣ, ନୟାଗଡ଼ରୁ ୫୮ ଜଣ, ନୂଆପଡ଼ାରୁ ୪ ଜଣ, ପୁରୀରୁ ୧୩୩ ଜଣ, ରାୟଗଡ଼ାରୁ ୧୬ ଜଣ, ସମ୍ବଲପୁରରୁ ୩୦ ଜଣ, ସୋନପୁରରୁ ୯ ଜଣ, ସୁନ୍ଦରଗଡ଼ରୁ ୫୬ ଜଣ ଓ ଷ୍ଟେଟ୍‌ପୁଲ୍‌ରୁ ୮୫ ଜଣ ଚିିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।