ଜଳପଥ ଦେଇ ପ୍ରବାସୀ ଆସିବା ସମ୍ଭାବନା ଥିବାରୁ ୧୮ଟି ମେରାଇନ ଷ୍ଟେସନରେ ଯାଞ୍ଚ

ଜଳପଥ ଦେଇ ପ୍ରବାସୀ ଆସିବା ସମ୍ଭାବନା ଥିବାରୁ ୧୮ଟି ମେରାଇନ ଷ୍ଟେସନରେ ଯାଞ୍ଚ

ଜଳପଥ ଦେଇ ପ୍ରବାସୀ ଆସିବା ସମ୍ଭାବନା ଥିବାରୁ ୧୮ଟି ମେରାଇନ ଷ୍ଟେସନରେ ଯାଞ୍ଚ
ଭୁବନେଶ୍ୱର : ରାଜ୍ୟରେ ଭୟଙ୍କର ହେଉଛି କରୋନା ସ୍ଥିତି । ବଢୁଛି କରୋନାର କାୟା । ସ୍ଥିତି ହେଉଛି ବେକାବୁ । ଓଡ଼ିଶାରେ କରୋନା ମହାମାରୀର ମହାସମର ଆରମ୍ଭ ହୋଇଯାଇଛି । କରୋନା ଏବେ ଲମ୍ବ ଡିଆଁ ମାରି ଗୋଟିକ ପରେ ଗୋଟିଏ ଜିଲ୍ଲାରେ ପ୍ରବେଶ କରିବା ସହ ଆତଙ୍କ ଖେଳାଇ ଚାଲିଛି । ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢି ଚାଲିଛି । ଦେଶର ବିଭିନ୍ନ ସ୍ଥାନରେ କରୋନା ସଂକ୍ରମଣ ଯୋଗୁଁ ବହୁ ପ୍ରବାସୀ ଓଡ଼ିଶାକୁ ଫେରିବାର ସମ୍ଭାବନାକୁ ଦୃଷ୍ଟିରେ ରଖି ଯାଞ୍ଚକୁ କଡ଼ାକଡ଼ି କରାଯାଇଛି । ତେବେ ଏହାରି ଭିତରେ ଏକ ବଡ଼ ଖବର ସାମନାକୁ ଆସିଛି । ତାହା ହେଲା ଜଳପଥ ଦେଇ ଓଡ଼ିଶାକୁ ପ୍ରବାସୀ ଆସିବାର ସମ୍ଭାବକୁ ଦୃଷ୍ଟିରେ ରଖି ସମୁଦ୍ର କୂଳରେ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି । ଏନେଇ ରେଲୱ ଓ ତଟରକ୍ଷୀ ସୁରକ୍ଷା ଏଡିଜି ପ୍ରଣବିନ୍ଦୁ ଆଚାର୍ଯ୍ୟ ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ, ପ୍ରବାସୀ ଆସିବା ସମ୍ଭାବନା ଥିବାରୁ ୧୮ଟି ମେରାଇନ ଷ୍ଟେସନରେ ଯାଞ୍ଚ କରାଯାଉଛି । ଜଳପଥରେ ଆସୁଥିବା ଲୋକଙ୍କ ବିଷୟରେ ପ୍ରତ୍ୟେକ ଥାନାକୁ ସୂଚନା ଦିଆଯାଉଛି । ବାହାରୁ କୌଣସି ବୋଟ ଆସିଲେ ବୋଟ ସିଜ ସହ କାର୍ଯ୍ୟାନୁଷ୍ଠାନ ହେବ ବୋଲି ରେଲୱ ଓ ତଟରକ୍ଷୀ ସୁରକ୍ଷା ଏଡିଜି ପ୍ରଣବିନ୍ଦୁ ଆଚାର୍ଯ୍ୟ ସୂଚନା ଦେଇଛନ୍ତି । ଏଠାରେ ଉଲ୍ଲେଖ ଯୋଗ୍ୟ ଯେ, କରୋନାର ପ୍ରଥମ ଲହରେ କରୋନାର ଗତିରେ ଓଡ଼ିଶା ଫେରନ୍ତା ପ୍ରବାସୀମାନେ ସାମିଲ ହେବା ଫଳରେ ନିଆଁରେ ଘିଅ ଢାଳିବା ସଦୃଶ ମହାମାରୀ ବ୍ୟାପିଥିଲା । ପ୍ରବାସୀମାନେ କରୋନା ଭୂତାଣୁକୁ ସାଙ୍ଗରେ ଆଣି ଆସିଥିବାରୁ ସେମାନଙ୍କୁ କିଭଳି ଠିକଣା ସମୟରେ ଚିହ୍ନଟ କରାଯିବ ଓ ସଙ୍ଗରୋଧରେ ଶୃଙ୍ଖଳିତଭାବେ ରଖାଯିବ ତାହା ରାଜ୍ୟ ସରକାରଙ୍କ ପାଇଁ କଷ୍ଟକର ବ୍ୟାପାର ହୋଇଥିଲା ।