ତୃତୀୟ ରାଉଣ୍ଡ ଗଣତି ଶେଷ ସୁଦ୍ଧା ବିଜେଡିକୁ ୧୩, ୬୧୧, ବଜେପିକୁ ୮୫୬୭
ତୃତୀୟ ରାଉଣ୍ଡ ଗଣତି ଶେଷ ସୁଦ୍ଧା ବିଜେଡିକୁ ୧୩, ୬୧୧, ବଜେପିକୁ ୮୫୬୭
ଭୁବନେଶ୍ୱର : ପିପିଲି ଭୋଟ ଗଣତି ଜାରି ରହିଛି । ତୃତୀୟ ରାଉଣ୍ଡରେ ବିଜେଡ଼ି ୫୦୪୪ ଖଣ୍ଡ ଭୋଟରେ ଆଗୁଆ ରହିଛି। ତୃତୀୟ ରାଉଣ୍ଡ ଗଣତି ଶେଷ ସୁଦ୍ଧା ରୁଦ୍ର ପ୍ରସାଦ ମହାରଥିଙ୍କୁ ୧୩, ୬୧୧ ଖଣ୍ଡ ଭୋଟ, ବିଜେପିର ଆଶ୍ରୀତ ପଟ୍ଟନାୟକଙ୍କୁ ୮୫୬୭ ଖଣ୍ଡ ଭୋଟ ଓ କଂଗ୍ରେସ ପ୍ରାର୍ଥୀ ବିଶ୍ୱକେଶନ ହରିଚନ୍ଦନ ମହାପାତ୍ରଙ୍କୁ ୧୧୮୦ ଖଣ୍ଡ ଭୋଟ ମିଳିଥିବା ଜଣାପଡ଼ିଛି ।
ଦୁଇଟି ହଲରେ ଇଭିଏମ ଓ ଗୋଟିଏ ହଲରେ ପୋଷ୍ଟାଲ ଭୋଟ ଗଣତି ହେଉଛି । ଗୋଟିଏ ହଲରେ ୭ଟି ଲେଖାଏଁ ଟେବୁଲ ଥିବାବେଳେ ଦୁଇଟି ହଲରେ ୧୪ଟି ଟେବୁଲ ପଡ଼ିଛି । ଭୋଟ ଗଣତି ପାଇଁ ୬୨ ଜଣ କର୍ମଚାରୀଙ୍କୁ ନିୟୋଜିତ କରାଯାଇଛି ।
ଚଳିତ ଉପନିର୍ବାଚନରେ ୧୯୯୫ ପରେ ସର୍ବାଧିକ ମତଦାନ ହୋଇଛି । ନିର୍ବାଚନମଣ୍ଡଳୀରେ ୨ ଲକ୍ଷ ୨୯ ହଜାର ୯୧୮ ଭୋଟର ଥିବାବେଳେ ୭୮.୨୫ ପ୍ରତିଶତ ମତଦାନ କରିଛନ୍ତି । ୯୫ ହଜାର ୩୮୩ ଜଣ ପୁରୁଷ ଓ ୮୪ ହଜାର ୫୯୭ ଜଣ ମହିଳା ମତଦାନ କରିଛନ୍ତି । ମୋଟ ଉପରେ ୧ ଲକ୍ଷ ୭୯ ହଜାର ୯୮୦ ଜଣ ମତଦାନ କରିଥିବାବେଳେ କିଏ ବାଜିମାତ କରିବ ତାହାକୁ ନେଇ ଉତ୍କଣ୍ଠା ଲାଗିରହିଛି ।




admin 