ଦିଲ୍ଲୀରେ ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ , କଲେଜ ବନ୍ଦ

ଦିଲ୍ଲୀରେ ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ , କଲେଜ ବନ୍ଦ

ଦିଲ୍ଲୀରେ ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ , କଲେଜ ବନ୍ଦ
ନୂଆଦିଲ୍ଲୀ: ଦେଶରେ କରୋନାର ଦ୍ୱିତୀୟ ଲହରୀ ଦ୍ରୁତ ଗତିରେ ବଢିଚାଲିଛି । ଦେଶରେ ଆଜି ବି ରେକର୍ଡ ଭାଙ୍ଗିଲା ଦୈନିକ କରୋନା ସଂକ୍ରମଣ । ଆଜି ଦେଶରୁ ୧ ଲକ୍ଷ ୩୧ ହଜାର ୯୬୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ ଏବେ କରୋନା ସଂଖ୍ୟା ବୃଦ୍ଧି ପାଇବାକୁ ଲାଗିଛି । ନୂଆ ଷ୍ଟ୍ରେନ ଯୋଗୁ ଦେଶର ଜନ ସାଧାରଣ ଭୟଭିତ ହୋଇଯାଇଛନ୍ତି । ପ୍ରତିଦିନ କରୋନା ସଂଖ୍ୟା ଦେଶରେ ବଢିବାରେ ଲାଗିଛି । କରୋନା ଯୋଗୁଁ ମହାରାଷ୍ଟ୍ରରେ ପ୍ରାୟ ଜିଲ୍ଲାରେ ଲକଡାଉନ ଘୋଷଣା କରାଯାଇଛି । କରୋନା ପାଇଁ ସରକାରଙ୍କ ପକ୍ଷରୁ ଅନେକ ସଚେତନତା ପଦକ୍ଷେପ ନିଆଯାଉଛି । ତଥାପି ଦେଶରେ କରୋନା ସଂଖ୍ୟା କମିବାର ନାଁ ଧରୁନି । ଆମ ଦେଶରେ ଅନେକ ସହରରେ ନାଇଟକର୍ଫୁ ଲାଗିଲାଣି । ଏହି ସମୟରେ ଦିଲ୍ଲୀରୁ ଆସିଲା ଏକ ବଡ ଖବର : ତାହା ହେଲା ଯେ, ଦିଲ୍ଲୀରେ ସମସ୍ତ ସ୍କୁଲ,କଲେଜ ବନ୍ଦ କରିବାକୁ ନିଦେ୍ର୍ଧଶ ଦିଆଯାଇଛି । ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ , କଲେଜ ବନ୍ଦ ରହିବ । ଅନ୍ୟାଦେଶ ପର୍ଯ୍ୟନ୍ତ ବନ୍ଦ ରଖିବାକୁ ମୁଖ୍ୟମନ୍ତ୍ରୀ ନିଦେ୍ର୍ଧଶ ଦେଇଛନ୍ତି । କରୋନା ସଂକ୍ରମଣ ବୃଦ୍ଧି ଦୃଷ୍ଟିରୁ ବନ୍ଦ କରିବାକୁ କୁହାଯାଇଛି । ଟୁଇଟ୍ ଯୋଗେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ସୂଚନା ଦେଇଛନ୍ତି ।