ଦୁର୍ଘଟଣା ପରେ ସ୍ୱାଭାବିକ ହେଲା କୋରାଇ ରେଳ ଷ୍ଟେସନରେ ରେଳ ଚଳାଚଳ

ଦୁର୍ଘଟଣା ପରେ ସ୍ୱାଭାବିକ ହେଲା କୋରାଇ ରେଳ ଷ୍ଟେସନରେ ରେଳ ଚଳାଚଳ

ଦୁର୍ଘଟଣା ପରେ ସ୍ୱାଭାବିକ ହେଲା  କୋରାଇ ରେଳ ଷ୍ଟେସନରେ ରେଳ ଚଳାଚଳ

କୋରାଇ: ଦୀର୍ଘ ସମୟର କଠିନ ପରିଶ୍ରମ ପରେ ଯାଜପୁର କୋରାଇ ରେଳ ଷ୍ଟେସନର ଉଭୟ ଲାଇନରେ ସ୍ୱାଭାବିକ୍ ହୋଇଛି ରେଳ ଚଳାଚଳ । ରେଳ ବିଭାଗ କର୍ମଚାରୀଙ୍କ ପକ୍ଷରୁ ଯୁଦ୍ଧକାଳୀନ ଭିତ୍ତିରେ କରାଯାଇଥିଲା ଟ୍ରେନ୍ ଲାଇନ୍ ସଫେଇ ଓ ମରାମତି କାର୍ୟ୍ୟ । ବରିଷ୍ଠ ଅଧିକାରୀଙ୍କ ତତ୍ତ୍ୱାବଧାନରେ ଟ୍ରେନ୍ ଲାଇନରୁ ମାଲବାହୀ ଟ୍ରେନର ବଗିକୁ କଢ଼ାଯାଇଛି । ସେହିପରି ଟ୍ରେନ୍ ଲାଇନ୍ ମରାମତି ହୋଇଛି । ଗତକାଲି ରାତିରେ ଗୋଟିଏ ଲାଇନରେ ଟ୍ରେନ ଚଳାଚଳ କରିଥିବା ବେଳେ, ଆଜି ଉଭୟ ଅପ୍ ଓ ଡାଉନ୍ ଲାଇନରେ ସ୍ୱାଭାବିକ୍ ହୋଇଛି ଟ୍ରେନ୍ ଚଳାଚଳ ।


ଅନ୍ୟପଟେ ମାଲବାହୀ ଟ୍ରେନ କିପରି ଦୁର୍ଘଟଣା ହେଲା, ତା’ର ଉଚ୍ଚସ୍ତରୀୟ ତଦନ୍ତ କରାଯିବ । ଗତକାଲି ସକାଳ ୬ଟା ୪୪ ମିନିଟରେ କୋରାଇ ରେଳ ଷ୍ଟେସନର ପ୍ଲାଟଫର୍ମରେ ଲୋକ ଟ୍ରେନକୁ ଅପେକ୍ଷା କରିଥିବା ବେଳେ ହଠାତ୍ ମାଲବାହୀ ଟ୍ରେନ୍ ଲାଇନଚ୍ୟୁତ ହୋଇଥିଲା । ଦେଖୁ ଦେଖୁ ଟ୍ରେନର ୮ଟି ବଗି ପ୍ଲାଟଫର୍ମ ଉପରକୁ ଚଢ଼ିଯାଇଥିଲା । ସେହିପରି କିଛି ବଗି ଟିକେଟ୍ କାଉଣ୍ଟରକୁ ମାଡ଼ି ଯାଇଥିଲା । ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ, ୩ ଜଣ ଗୁରୁତର ହୋଇଥିଲେ । ଦୁର୍ଘଟଣା ଯୋଗୁ ଉଭୟ ଅପ୍ ଓ ଡାଉନ ଲାଇନରେ ଟ୍ରେନ ଚଳାଚଳ ବନ୍ଦ ରହିଥିଲା ।