ଦେଶରୁ ଦିନକରେ ୪୪,୨୩୦ ନୂଆ କରୋନା ପଜିଟିଭ୍ ଚିହ୍ନଟ

ଦେଶରୁ ଦିନକରେ ୪୪,୨୩୦ ନୂଆ କରୋନା ପଜିଟିଭ୍ ଚିହ୍ନଟ

ଦେଶରୁ ଦିନକରେ ୪୪,୨୩୦ ନୂଆ କରୋନା ପଜିଟିଭ୍ ଚିହ୍ନଟ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୪୪ ହଜାରରୁ ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ୬ ଶହରୁ କମ୍ ରହିଛି । କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଶୁକ୍ରବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୪୪,୨୩୦ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୫୫୫ ମୃତ୍ୟୁ ରେକର୍ଡ କରାଯାଇଛି । ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌ ସଂକ୍ରମଣ ମାମଲା ୩୧,୫୭୨,୩୪୪ ଓ ମୃତ୍ୟୁସଂଖ୍ୟା ୪,୨୩,୨୧୭ରେ ପହଞ୍ଚିଛି ।  ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୪୨,୬୩୦ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୩,୦୭,୪୩,୯୭୨ରେ ପହଞ୍ଚିଛି । ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୪,୦୫,୧୫୫ ।  କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୪୫,୬୦,୩୩,୭୫୪ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି ।  ‘ଆଇସିଏମ୍ଆର୍‌’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ଜୁଲାଇ ୨୯ ତାରିଖ ସୁଦ୍ଧା ସମୁଦାୟ ୪୬,୪୬,୫୦,୭୨୩ ନମୁନା ପରୀକ୍ଷା ସରିଛି ।  ଗତକାଲି ପରୀକ୍ଷା ହୋଇଛି ୧୮,୧୬,୨୭୭ଟି ନମୁନା ।