ଦେଶରେ କରୋନା ସୁନାମୀ: ଦିନକରେ ୨ ଲକ୍ଷ ୬୭ ହଜାର ପଜିଟିଭ୍ ଚିହ୍ନଟ

ଦେଶରେ କରୋନା ସୁନାମୀ: ଦିନକରେ ୨ ଲକ୍ଷ ୬୭ ହଜାର ପଜିଟିଭ୍ ଚିହ୍ନଟ

ଦେଶରେ କରୋନା ସୁନାମୀ: ଦିନକରେ ୨ ଲକ୍ଷ ୬୭ ହଜାର ପଜିଟିଭ୍ ଚିହ୍ନଟ
ନୂଆଦିଲ୍ଲୀ: କରୋନା ଭାଇରସର ଦ୍ୱିତୀୟ ଲହରୀ ଦିନକୁ ଦିନ ଭୟଙ୍କର ହେବାରେ ଲାଗିଛି । ଦେଶରେ କରୋନାର ଦ୍ୱିତୀୟ ଲହରୀ ଦ୍ରୁତ ଗତିରେ ବଢିଚାଲିଛି । ଏଭଳି ସ୍ଥିତି ଆଉ କେତେ ଦିନ ରହିବ ଓ ଆଗକୁ କଣ ହେବ ତାଙ୍କୁ ନେଇ ଲୋକମାନେ ଆଶା ଓ ଆଶଙ୍କାରେ ରହିଛନ୍ତି । ଆମ ଦେଶରେ ଅନେକ ରାଜ୍ୟରେ ଲକଡାଉନ ଲାଗିଛି । ଆଜି ଆମ ଦେଶରେ ଗୋଟିଏ ଦିନରେ ୨ ଲକ୍ଷ ୬୭ ହଜାର ୩୩୪ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ ୨୪ ଘଂଟାରେ କରୋନାରେ ୪ ହଜାର ୫୨୯ ଜଣ ମୃତୁ୍ୟବରଣ କରିଛନ୍ତି । ସେହିପରି ଦେଶରେ ମୋଟ୍ ମୃତୁ୍ୟ ସଂଖ୍ୟା ୨ ଲକ୍ଷ ୮୩ ହଜାର ୨୪୮ କୁ ବୃଦ୍ଧି ପାଇଛି । ବର୍ତମାନ ଦେଶରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨ କୋଟି ୫୪ ଲକ୍ଷ ୯୬ ହଜାର ୩୩୦ ରେ ପହଂଚିଛି । ଦେଶରେ ୩୩ ଲକ୍ଷ ୫୩ ହଜାର ୬୭୫ ଜଣ କରୋନା ରୋଗୀ ଏବେ ବି ଚିକିତ୍ସାଧୀନ ହେଉଛନ୍ତି । ସେହପିରି ୨ କୋଟି ୧୯ ଲକ୍ଷ ୮୬ ହଜାର ୩୬୩ ଜଣ କରୋନାରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଦେଶରେ ଏଯାବତ ୧୮ କୋଟି ୫୮ ଲକ୍ଷ ୦୯ ହଜାର ୩୦୨ ଜଣ ଟିକା ନେଇ ସାରିଲେଣୀ । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛ ।