ପ୍ରଶାନ୍ତ ମହାପାତ୍ରଙ୍କ ପରଲୋକ

ପ୍ରଶାନ୍ତ ମହାପାତ୍ରଙ୍କ ପରଲୋକ

ପ୍ରଶାନ୍ତ ମହାପାତ୍ରଙ୍କ ପରଲୋକ
ଭୁବନେଶ୍ୱର:ରଘୁନାଥ ମହାପାତ୍ରଙ୍କ ପୁଅ ପ୍ରଶାନ୍ତ ମହାପାତ୍ରଙ୍କ ପରଲୋକ ଘଟିଛି । ଭୁବନେଶ୍ୱର ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଛି । ଏମ୍ସ ସୁପରିଟେଣ୍ଡେଂଟ ଡାକ୍ତର ସଚ୍ଚିଦାନନ୍ଦ ମହାନ୍ତି ସୂଚନା ଦେଇଛନ୍ତି । କୋଭିଡ ଆକ୍ରାନ୍ତ ହୋଇ ଏମ୍ସରେ ଚିକିତ୍ସାଧୀନ ଥିଲେ । ଚିକିତ୍ସା ପରେ ତାଙ୍କର କୋଭିଡ ରିପୋର୍ଟ ନେଗେଟିଭ ହୋଇଥିଲା । ମାତ୍ର ଡାକ୍ତରଙ୍କ ସବୁ ଚେଷ୍ଟା ସତ୍ୱେ ଆଖି ବୁଜିଲେ ପ୍ରଶାନ୍ତ । ଓଡିଶା ପାଇଁ ଅନେକ ରଣଜୀ ମ୍ୟାଚ୍ ଖେଳି ସୁନାମ ଅର୍ଜନ କରିଥିଲେ । ପ୍ରଶାନ୍ତ ନବେ ଦଶକର ରଣଜୀ ଦଳର ଜଣେ ଦକ୍ଷ ଓପ୍ନର ଥିଲେ । ତାଙ୍କ ଭାଇ ଯଶୋବନ୍ତଙ୍କ ଅବସ୍ଥା ମଧ୍ୟ ଗୁରୁତର ଥିବା ସୂଚନା ମିଳିଛି । ଗତ ୯ ତାରିଖରେ ପିତା ରଘୁନାଥ ମହାପାତ୍ର କରୋନାରେ ପ୍ରାଣ ହରାଇଥିଲେ ।