ବିଧାନସଭାରେ ଶ୍ରୀମନ୍ଦିର ପରିକ୍ରମା ସଂକଳ୍ପ ପାରିତ
ବିଧାନସଭାରେ ଶ୍ରୀମନ୍ଦିର ପରିକ୍ରମା ସଂକଳ୍ପ ପାରିତ
admin
Feb 27, 2021 - 09:31
Updated: Feb 27, 2021 - 09:31
ଭୁବନେଶ୍ୱର: ଶନିବାର ବିଧାନସଭାରେ ଶ୍ରୀମନ୍ଦିର ପରିକ୍ରମା ସଂକଳ୍ପ ପାରିତ ହୋଇଛି । ଏହା ବାଚନିକ ଭୋଟରେ ପାରିତ ହୋଇଥିବା ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଘୋଷଣା କରିଛନ୍ତି । ସଂକଳ୍ପ ଆଗତବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିବୃତି ରଖି ପରିକ୍ରମା ଯୋଜନା ପାଇଁ ୩ଟି ବିଷୟରେ ପ୍ରସ୍ତାବ ଆଣିଥିଲେ । ସେଗୁଡ଼ିକ ହେଲା:
୧- ସଂକଳ୍ପ ନେବା ଓ ଶୀଘ୍ର କାମ ସାରିବାକୁ ନିଷ୍ଠାର ସହ ଉଦ୍ୟମ କରିବା
୨-ପ୍ରତି ଓଡ଼ିଆ, ଜଗନ୍ନାଥପ୍ରେମୀଙ୍କୁ ସେମାନଙ୍କ ଅବଦାନ ରଖିବାକୁ ସୁଯୋଗ
୩- ଯୋଜନା ପାଇଁ ତ୍ୟାଗ କରିଥିବା ପୁରୀବାସୀଙ୍କୁ ଧନ୍ୟବାଦ ଦେବା
ଏହା ପୂର୍ବରୁ ଶ୍ରୀମନ୍ଦିର ପରିକ୍ରମା ଯୋଜନା ସମ୍ପର୍କରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ବିଧାନସଭାରେ ବିବୃତ୍ତି ରଖିଥିେଲେ । ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଭର୍ଚୁଆଲ ବିବୃତ୍ତି ରଖି କହିଥିଲେ ଯେ, ଶ୍ରୀମନ୍ଦିର ପରିକ୍ରମା ଯୋଜନା ବେଳେ ୩ଟି ବିଷୟକୁ ଗୁରୁତ୍ୱ ଦିଆଯାଇଛି । ଶ୍ରୀମନ୍ଦିର ନିରାପତ୍ତା, ଆସୁଥିବା ଲକ୍ଷ ଲକ୍ଷ ଭକ୍ତଙ୍କ ନିରାପତ୍ତାକୁ ଗୁରୁତ୍ୱ ଦିଆଯାଇଛି । ଏହାଛଡ଼ା ଭକ୍ତଙ୍କ ପାଇଁ ଏକ ସୁନ୍ଦର ଆଧ୍ୟାତ୍ମିକ ପରିବେଶକୁ ଗୁରୁତ୍ୱ ଦିଆଯାଉଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ ଯୋଜନା ପାଇଁ ଗଜପତିଙ୍କ ଅବଦାନକୁ ପ୍ରଶଂସା କରିଥିଲେ । ଗଜପତି ମହାରାଜଙ୍କୁ ମୁଖ୍ୟମନ୍ତ୍ରୀ ଭୂରି ଭୂରି ପ୍ରଶଂସା କରିଛନ୍ତି । ସମସ୍ତ ସେବାୟତ ଓ ପୁରୀବାସୀଙ୍କୁ ମଧ୍ୟ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଦେଇଥିଲେ । ଏହାଛଡ଼ା ପଦ୍ମବିଭୂଷଣ ରଘୁନାଥ ମହାପାତ୍ର ଓ ସବାସ ପାଣିଙ୍କୁ ମଧ୍ୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଧନ୍ୟବାଦ ଦେଇଥିଲେ ।