ବ୍ରଜରାଜନଗର ଉପନିର୍ବାଚନ: ତୃତୀୟ ରାଉଣ୍ଡ ସୁଦ୍ଧା ବିଜେଡି ୧୨୧୯୨ ଭୋଟରେ ଆଗୁଆ

ବ୍ରଜରାଜନଗର ଉପନିର୍ବାଚନ: ତୃତୀୟ ରାଉଣ୍ଡ ସୁଦ୍ଧା ବିଜେଡି ୧୨୧୯୨ ଭୋଟରେ ଆଗୁଆ

ବ୍ରଜରାଜନଗର ଉପନିର୍ବାଚନ: ତୃତୀୟ ରାଉଣ୍ଡ ସୁଦ୍ଧା ବିଜେଡି ୧୨୧୯୨ ଭୋଟରେ ଆଗୁଆ

ଝାରସୁଗୁଡ଼ା: ବ୍ରଜରାଜନଗର ଉପନିର୍ବାଚନ ଭୋଟ ଗଣତି ଆରମ୍ଭ ହୋଇଛି। ଦ୍ବିତୀୟ ରାଉଣ୍ଡ ଶେଷ ସୁଦ୍ଧା ବିଜେଡିର ଅଳକା ମହାନ୍ତି ଆଗୁଆ ଅଛନ୍ତି ।  ରାଉଣ୍ଡ ୩ରେ ବିଜେଡିର ଅଳକା ମହାନ୍ତିଙ୍କୁ ୧୬୦୩୩ ଟି ଭୋଟ ମିଳିଥିବାବେଳେ ବିଜେପିର ରାଧାରାଣୀ ପଣ୍ଡାଙ୍କୁ ୩୮୪୧  ଓ କଂଗ୍ରେସର କିଶୋର ପଟେଲଙ୍କୁ ୨୬୭୭ ଟି ଭୋଟ ମିଳିଛି । ବିଜେଡି ୧୨୧୯୨ ଭୋଟରେ ଆଗୁଆ ଅଛି।

ଭୋଟ ଗଣତି ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି । ଗଣତି କେନ୍ଦ୍ରରେ କେନ୍ଦ୍ରୀୟ ଅର୍ଦ୍ଧ ସୁରକ୍ଷା ବଳ, ସଶସ୍ତ୍ର ପୋଲିସ ବାହିନୀ ସହ ଓଡ଼ିଶା ପୋଲିସର ତିନି ଥାକିଆ ସୁରକ୍ଷା ବ୍ୟବସ୍ଥା କରାଯାଇଛି । ସୁରକ୍ଷା ବ୍ୟବସ୍ଥା ପାଇଁ ଗୋଟିଏ ପ୍ଲାଟୁନ ସିଆରପିଏଫ ବ୍ୟତୀତ ଓଡିଶା ପୋଲିସର ପାଞ୍ଚ ପ୍ଲାଟୁନ ପୋଲିସ ଫୋର୍ସ ନିୟୋଜିତ ହୋଇଛନ୍ତି । ୨ ଜଣ ଅତିରିକ୍ତ ଏସପି, ୪ ଜଣ ଡିଏସପି ଏବଂ ୫ ଜଣ ଇନସପେକ୍ଟର ସୁରକ୍ଷା ଦାୟିତ୍ବରେ ରହିଛନ୍ତି ।