ବ୍ରଜରାଜନଗର ଉପନିର୍ବାଚନ: ପ୍ରଥମ ରାଉଣ୍ଡରେ ବିଜେଡି ଆଗୁଆ
ବ୍ରଜରାଜନଗର ଉପନିର୍ବାଚନ: ପ୍ରଥମ ରାଉଣ୍ଡରେ ବିଜେଡି ଆଗୁଆ
ଝାରସୁଗୁଡ଼ା: ବ୍ରଜରାଜନଗର ଉପନିର୍ବାଚନ ଭୋଟ ଗଣତି ଆରମ୍ଭ ହୋଇଛି । ପ୍ରଥମେ ପୋଷ୍ଟାଲ ବାଲଟ ଗଣତି ପରେ ଏବେ ଚାଲିଛି ଇଭିଏମ କାଉଣ୍ଟିଂ । ମୋଟ ୧୪ଟି ଟେବୁଲରେ ଗଣତି ହେଉଛି । ୨୭୯ ବୁଥର ଭୋଟ୍ ୨୦ ରାଉଣ୍ଡରେ କାଉଣ୍ଟିଂ ହେଉଛି । ପ୍ରତି ଟେବୁଲରେ ଅଛନ୍ତି ୪ ଜଣ କାଉଣ୍ଟିଂ ଅଫିସର । ପ୍ରତି ରାଉଣ୍ଡର ଫଳାଫଳ ମାଇକ ଯୋଗେ ଘୋଷଣା କରାଯିବ । ତେବେ ପ୍ରଥମ ରାଉଣ୍ଡ ଶେଷ ସୁଦ୍ଧା ବିଜେଡିର ଅଳକା ମହାନ୍ତି ଆଗୁଆ ଅଛନ୍ତି । ରାଉଣ୍ଡ ୦୧ ସୁଦ୍ଧା ବିଜେଡିର ଅଳକା ମହାନ୍ତିଙ୍କୁ ୪୭୩୩ଟି ଭୋଟ ମିଳିଥିବାବେଳେ ବିଜେପିର ରାଧାରାଣୀ ପଣ୍ଡାଙ୍କୁ ୧୧୪୪ ଓ କଂଗ୍ରେସର କିଶୋର ପଟେଲଙ୍କୁ ୧୦୪୪ଟି ଭୋଟ ମିଳିଛି ।
ଭୋଟ ଗଣତି ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି । ଗଣତି କେନ୍ଦ୍ରରେ କେନ୍ଦ୍ରୀୟ ଅର୍ଦ୍ଧ ସୁରକ୍ଷା ବଳ, ସଶସ୍ତ୍ର ପୋଲିସ ବାହିନୀ ସହ ଓଡ଼ିଶା ପୋଲିସର ତିନି ଥାକିଆ ସୁରକ୍ଷା ବ୍ୟବସ୍ଥା କରାଯାଇଛି । ସୁରକ୍ଷା ବ୍ୟବସ୍ଥା ପାଇଁ ଗୋଟିଏ ପ୍ଲାଟୁନ ସିଆରପିଏଫ ବ୍ୟତୀତ ଓଡିଶା ପୋଲିସର ପାଞ୍ଚ ପ୍ଲାଟୁନ ପୋଲିସ ଫୋର୍ସ ନିୟୋଜିତ ହୋଇଛନ୍ତି । ୨ ଜଣ ଅତିରିକ୍ତ ଏସପି, ୪ ଜଣ ଡିଏସପି ଏବଂ ୫ ଜଣ ଇନସପେକ୍ଟର ସୁରକ୍ଷା ଦାୟିତ୍ବରେ ରହିଛନ୍ତି ।




admin 