ରାଜ୍ୟକୁ ନାହିଁ ବାତ୍ୟା ଆଶଙ୍କା : ଆଇଏମଡି ଡିଜି

ରାଜ୍ୟକୁ ନାହିଁ ବାତ୍ୟା ଆଶଙ୍କା : ଆଇଏମଡି ଡିଜି

ରାଜ୍ୟକୁ ନାହିଁ ବାତ୍ୟା ଆଶଙ୍କା : ଆଇଏମଡି ଡିଜି
ଭୁବନେଶ୍ୱର: ବଙ୍ଗୋପସାଗରରେ ୱେଲମାର୍କଡ ଲଘୁଚାପ ଅବପାତରେ ପରିଣତ ହୋଇଛି । ତେବେ ଅବପାତ ବାତ୍ୟାରେ ପରିଣତ ହେବାର କୌଣସି ସମ୍ଭାବନା ନାହିଁ । ଏଭଳି ସୂଚନା ଦେଇଛନ୍ତି ଆଇଏମଡି ଡିଜି ମୃତୁ୍ୟଞ୍ଜୟ ମହାପାତ୍ର କହିଛନ୍ତି । ତାଙ୍କ ସୂଚନା ଅନୁସାରେ ବଙ୍ଗୋପସାଗରରେ ୱେଲମାର୍କଡ ଲଘୁଚାପ ଅବପାତରେ ପରିଣତ ପରେ ଉପକୂଳ ଜିଲ୍ଲାରେ ପ୍ରବଳ ବର୍ଷା ହେବ । ଆଜି ଠାରୁ ଅଧିକ ବର୍ଷା ସହ କୋହଲା ପବନ ଲାଗି ରହିବ । ଗ୍ରାମାଞ୍ଚଳରେ ତଳିଆ ଅଞ୍ଚଳ ଜଳମଗ୍ନ ହେବାର ସମ୍ଭାବନା ରହିଛି । ପୌରାଞ୍ଚଳରେ ମଧ୍ୟ ଡ୍ରେନେଜକୁ ନେଇ ସମସ୍ୟା ହୋଇପାରେ । ବିଶେଷ କରି ସମୁଦ୍ରକୁ ଲାଗିଥିବା ଅଞ୍ଚଳ ବେଶି ପ୍ରଭାବିତ ହେବ । ସମୁଦ୍ରରେ ଏହାର ପ୍ରଭାବ ବେଶି ରହିବାକୁ ଥିବାବେଳେ ସମୁଦ୍ରକୁ ମତ୍ସ୍ୟଜୀବୀଙ୍କୁ ଯିବାକୁ ବାରଣ କରାଯାଇଛି । ଏଥିସହ ଓଡ଼ିଶାର ସବୁ ବନ୍ଦରକୁ ୩ ନଂ ସତର୍କ ସଙ୍କେତ ଜାରି କରାଯାଇଛି ବୋଲି ଆଇଏମଡି ଡିଜି ମୃତୁ୍ୟଞ୍ଜୟ ମହାପାତ୍ର କହିଛନ୍ତି ।