ରାଜ୍ୟରେ ୨୪ ଘଣ୍ଟାରେ ୧୦୮ କରୋନା ସଂକ୍ରମିତ ଚିହ୍ନଟ

ରାଜ୍ୟରେ ୨୪ ଘଣ୍ଟାରେ ୧୦୮ କରୋନା ସଂକ୍ରମିତ ଚିହ୍ନଟ

ରାଜ୍ୟରେ ୨୪ ଘଣ୍ଟାରେ ୧୦୮ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଦିନେ କମିଲେ ଦିନେ ବଢୁଛି କରୋନା ସଂକ୍ରମଣ । ଗତ ୨୪ଘଣ୍ଟାରେ ରାଜ୍ୟରେ ୧୦୮କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୬୪ଜଣ ରହିଥିବାବେଳେ ୪୪ଜଣ ସ୍ଥାନୀୟ ସଂକ୍ରମଣ ରହିଛି । ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୧୮ବର୍ଷରୁ କମ୍ ୩୦ଜଣ ଛୁଆ ଅଛନ୍ତି । ଯାହା ଚିନ୍ତାର କାରଣ ପାଲଟିଛି । 

ସୂଚନା ଓ ଲୋକ ସମ୍ପର୍କ ବିଭାଗର ରିପୋର୍ଟ ଅନୁସାରେ ବାଲେଶ୍ୱରରୁ ୩, ବରଗଡରୁ ୧,  ବଲାଙ୍ଗୀରରୁ ୩, ବୌଦ୍ଧରୁ ୮, କଟକରୁ ୮, ଦେବଗଡରୁ ୧, ଢେଙ୍କାନାଳରୁ  ୧, ଗଜପତିରୁ  ୧୬, ଗଞ୍ଜମାରୁ ୭, ଜଗତସିଂହପୁରରୁ ୧, ଯାଜପୁରରୁ ୩, ଝାରସୁଗୁଡାରୁ ୩, କଳାହାଣ୍ଡିରୁ ୨, କେନ୍ଦ୍ରାପଡାରୁ ୭, ଖୋର୍ଦ୍ଧାରୁ ୧୪, ମୟୂରଭଞ୍ଜରୁ ୧, ନବରଙ୍ଗପୁରରୁ ୬, ନୂଆପଡାରୁ ୧, ରାୟଗଡାରୁ ୧,  ସମ୍ବଲପୁରରୁ ୮, ସୋନପୁରରୁ ୧, ସୁନ୍ଦରଗଡରୁ ୯ ଓ ରାଜ୍ୟପୁଲରୁ ୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ସୂଚନା ମିଳିଛି । 

ବର୍ତ୍ତମାନ ସୁଦ୍ଧା ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ଲକ୍ଷ ୮୬ହଜାର ୩୫୩କୁ ବୃଦ୍ଧି ପାଇଛି ।