ରାଜ୍ୟରେ ୨୪ ଘଣ୍ଟାରେ ୪୩ କରୋନା ସଂକ୍ରମିତ ଚିହ୍ନଟ
ରାଜ୍ୟରେ ୨୪ ଘଣ୍ଟାରେ ୪୩ କରୋନା ସଂକ୍ରମିତ ଚିହ୍ନଟ
ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ଘଣ୍ଟାରେ ରାଜ୍ୟରେ ୪୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୨୫ଜଣ ଓ ୧୮ଜଣ ସ୍ଥାନୀୟ ସଂକ୍ରମଣ ରହିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫ଜଣ ଶିଶୁ ଅଛନ୍ତି ।
ସୂଚନା ଓ ଲୋକସଂପର୍କ ବିଭାଗର ରିପୋର୍ଟ ଅନୁସାରେ ଖୋର୍ଦ୍ଧାରୁ ସର୍ବାଧିକ ୧୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ସମ୍ବଲପୁରରୁ ୯ ଓ ଗଜପତିରୁ ୫ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
ସେହିପରି ବାଲେଶ୍ୱରରୁ ୧, ବରଗଡରୁ ୧, ବଲାଙ୍ଗୀରରୁ ୨, ବୌଦ୍ଧରୁ ୧, କଟକରୁ ୪, ଗଞ୍ଜାମରୁ ୧, ଯାଜପୁରରୁ ୩, ଝାରସୁଗୁଡାରୁ ୨୧, କଳାହାଣ୍ଡିରୁ ୩, କନ୍ଧମାଳରୁ ୧, କେନ୍ଦ୍ରାପଡାରୁ ୧, କୋରାପୁଟରୁ ୪, ମୟୂରଭଞ୍ଜରୁ ୪, ସୁନ୍ଦରଗଡରୁ ଜଣେ ଆକ୍ରାନ୍ତ ଓ ରାଜ୍ୟପୁଲରୁ ୨ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସିଂଖ୍ୟା ୧୨ଲକ୍ଷ ୮୭ହଜାର ୫୧୨କୁ ବୃଦ୍ଧି ପାଇଛି ।୧୨ଲକ୍ଷ ୭୭ହଜାର ୯୨୧ ଜଣ ସୁସ୍ଥ ହୋଇଛନ୍ତି । ଏବେ ୪୧୯ ସକ୍ରିୟ ମାମଲା ରହିଛି ।




admin 