ଶପଥ ନେଲେ ହାଇକୋର୍ଟର ମୁଖ୍ୟ ବିଚାରପତି

ଶପଥ ନେଲେ ହାଇକୋର୍ଟର ମୁଖ୍ୟ ବିଚାରପତି

ଶପଥ ନେଲେ ହାଇକୋର୍ଟର ମୁଖ୍ୟ ବିଚାରପତି
ଭୁବନେଶ୍ୱର : ହାଇକୋର୍ଟର ୩୨ତମ ମୁଖ୍ୟ ବିଚାରପତି ଭାବେ ଜଷ୍ଟିସ ଏସ ମୁରଲୀଧର ଶପଥ ଗ୍ରହଣ କରିଛନ୍ତି । ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି । ଏହି ଅବକାଶରେ ଆଇନ ମନ୍ତ୍ରୀ ପ୍ରତାପ ଜେନା, ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକ, ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର , ପୁଲିସ ଡିଜି ଅଭୟ ପ୍ରମୁଖ ଉପସ୍ଥିତ ଥିଲେ । ପୂର୍ବାହ୍ନ ସାଢେ଼ ୯ଟାରେ ମୁଖ୍ୟ ବିଚାରପତି ଶପଥ ଗ୍ରହଣ କରିଥିଲେ । ତେବେ କରୋନା କଟକଣା ପାଇଁ ଗଣମାଧ୍ୟମକୁ ପ୍ରବେଶ ଅନୁମତି ମିଳିନଥିଲା । ପଞ୍ଜାବ ଓ ହରିୟାଣା ହାଇକୋର୍ଟର ବିଚାରପତି ଭାବେ ସେ କାର୍ଯ୍ୟ କରି ଆସିଛନ୍ତି । ୨୦୦୬ ମେ’ରେ ସେ ହାଇକୋର୍ଟର ବିଚାରପତି ନିଯୁକ୍ତି ପାଇଥିଲେ । ଗତବର୍ଷ ମାର୍ଚ୍ଚରେ ସେ ପଞ୍ଜାବ ଓ ହରିୟାଣା ହାଇକୋର୍ଟର ବିଚାରପତି ହୋଇଥିଲେ ।