ସାରା ରାଜ୍ୟରେ ବର୍ଷାର ଲହରୀ

ସାରା ରାଜ୍ୟରେ ବର୍ଷାର ଲହରୀ

ସାରା ରାଜ୍ୟରେ ବର୍ଷାର ଲହରୀ
ଦୁଇଦିନ ହେବ ସାରା ରାଜ୍ୟରେ ବର୍ଷା ଲାଗି ରହିଛି । ସେହିପରି ଆଜି ବି ବର୍ଷା ହେବାର ସମ୍ଭାବନା ରହିଛି । କାଲିଠୁ ବର୍ଷା କମିବା ସହ ପାଗରେ ପରିବର୍ତ୍ତନ ଆସିବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ଆକଳନ କରିଛି । ରାଜ୍ୟର ବିଭିନ୍ନ ସ୍ଥାନରେ ୨,୩ ଦିନ ହେବ ବର୍ଷା ସାଙ୍ଗକୁ କୋହଲା ପାଗ ରହିଛି । ଆସନ୍ତା ୨୪ଘଣ୍ଟା ମଧ୍ୟରେ କନ୍ଧମାଳ, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ପୁରୀ, କଟକ, ନୟାଗଡ଼ ଓ ଜଗତସିଂହପୁର ଜିଲ୍ଲାର କେତେକ ଅଞ୍ଚଳରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ଏହି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ବର୍ଷା ଘଡ଼ଘଡ଼ି ମାରିବା ସହ ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ବର୍ଷା କମିବା ପରେ ପାଗରେ ସାମାନ୍ୟ ପରିବର୍ତ୍ତନ ହେବ । ରାଜ୍ୟରେ ୨ରୁ ୩ ଡିଗ୍ରୀ ପର୍ୟ୍ୟନ୍ତ ତାପମାତ୍ରା କମିବ। ଆସନ୍ତାକାଲି ଉପକୂଳ ଓଡ଼ିଶା ସହ ମୟୁରଭଞ୍ଜ, ଖୋର୍ଦ୍ଧା, ସୁନ୍ଦରଗଡ, ଝାରସୁଗୁଡା, ଦେବଗଡ, ଅନୁଗୁଳରେ ଘନ କୁହୁଡ଼ି ଦେଖାଯିବା ସମ୍ଭାବନା ରହିଛି।