ସୁନ୍ଦରଗଡ଼ ଜିଲ୍ଲାରେ ଗୋଟିଏ ଦିନରେ ୩୫୫ କରୋନା ଆକ୍ରାନ୍ତ ଚିହ୍ନଟ

ସୁନ୍ଦରଗଡ଼ ଜିଲ୍ଲାରେ ଗୋଟିଏ ଦିନରେ ୩୫୫ କରୋନା ଆକ୍ରାନ୍ତ ଚିହ୍ନଟ

ସୁନ୍ଦରଗଡ଼ ଜିଲ୍ଲାରେ ଗୋଟିଏ ଦିନରେ ୩୫୫ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର : କରୋନାର ଦ୍ୱିତୀୟ ଲହର ଏବେ ସମସ୍ତଙ୍କ ଚିନ୍ତା ବଢ଼ାଇ ଦେଇଛି । ଗତ କିଛିଦିନ ଧରି ରାଜ୍ୟରେ କରୋନା ସଂକ୍ରମଣ ହଜାରେ ଟପିଯାଉଛି । ଆଦିବାସୀ ଅଧ୍ୟୁଷିତ ଜିଲ୍ଲା ସୁନ୍ଦରଗଡ଼ରେ କରୋନା ବେକାବୁ ହୋଇଯାଇଥିବା ପରିଲକ୍ଷିତ ହୋଇଛି । ଜିଲ୍ଲାରେ ଗୋଟିଏ ଦିନରେ ୩୫୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହା ପଛକୁ ରହିଛି ଖୋର୍ଦ୍ଧା । ଖୋର୍ଦ୍ଧାରେ ୧୯୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ବିଶେଷକରି ରାଜଧାନୀ ଭୁବନେଶ୍ୱରରେ ଅଧିକ ସଂଖ୍ୟକ କରୋନା ସଂକ୍ରମିତ ବାହାରୁଛନ୍ତି । ଅପରପକ୍ଷରେ ପୁଣି ପ୍ରବାସୀମାନେ ଓଡ଼ିଶା ଫେରିବା ଆରମ୍ଭ କରିଥିବାବେଳେ ଗଞ୍ଜାମ ଉପରେ ସ୍ୱତନ୍ତ୍ର ନିଘା ରହିଛି ।